Wednesday , February 26 2020
Breaking News
Home / ପର୍ଯ୍ୟଟନ ଓ ସଂସ୍କୃତି / ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଋାଜନଗର, ୨୯/୭/୨୦୧୯(ଓଡ଼ିଶା ସମାଚାର)-ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ । କୁମ୍ଭୀର ପ୍ରଜନନ ଋତୁ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ମଇଁ ୧ ତାରିଖରୁ ଜୁଲାଇ ୩୧ ତାରିଖ ଯାଏଁ ଦୀର୍ଘ ୩ମାସ ଧରି ବନ୍ଦ ରଖାଯାଇଥିଲା । ବଉଳା କୁମ୍ଭୀର ମାନେ ପ୍ରଜନନ ସମୟରେ ଅଧିକ ହିଂସ୍ର ହୋଇଥାନ୍ତି । ଏହି ସମୟରେ ସେମାନଙ୍କଠାରୁ ଆକ୍ରମଣର ଆଶଙ୍କା ଥିବାରୁ ଭିତରକନିକାକୁ ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥିଲା । ଚଳିତ କୁମ୍ଭୀର ପ୍ରଜନନ ଋତୁରେ କେବଳ କନିକା ରେଞ୍ଜରେ ୯୨ଟି କୁମ୍ଭୀର ବସା କରି ଅଣ୍ଡା ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର ,୦୨/୦୨/୨୦୨୦ (ଓଡ଼ିଶା ସମାଚାର)-ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ ଆର୍ଟ ଭିଜନ ସହଯୋଗରେ ଆସନ୍ତା ୭ …

Leave a Reply

Your email address will not be published. Required fields are marked *