Friday , February 28 2020
Breaking News
Home / ବିଶେଷ / ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତ ଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତ ଙ୍କ ପରଲୋକ

ଭୁବନେଶ୍ୱର / ଭଦ୍ରକ ,୨୪/୦୧/୨୦୨୦ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିବାବେଳେ ଶୁକ୍ରବାର ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି।
ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମରେ ଜନ୍ମଗ୍ରହଣ କରିଥିବା ଶ୍ରୀ ମଲିକ୍ ଧାମନଗର ନିର୍ବାଚନ ମଣ୍ଡଳୀରୁ ୩ ଥର କଂଗ୍ରେସ ଟିକଟ ରେ ବିଧାୟକ ଭାବେ ନିର୍ବାଚିତ ହୋଇ ସ୍ବାସ୍ଥ୍ୟମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀ ଭାବେ କାର‌୍ୟ୍ୟ କରିଥିଲେ। ରାଜନୀତି କ୍ଷେତ୍ରକୁ ଆସିବା ପୂର୍ବରୁ ସେ ଧୁଷୂରି ମୂରଲୀଧର ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ଦୀର୍ଘଦିନ ଧରି ଅବସ୍ଥାପିତ ଥିଲେ। ତାଙ୍କର ପରଲୋକ ରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି । ଓଡ଼ିଶା ସମାଚାର

About admin

Check Also

ମାର୍ଚ୍ଚ ପହିଲାରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି ହେବ

ଭୁବନେଶ୍ୱର ,୨୮/୦୨/୨୦୨୦ (ଓଡ଼ିଶା ସମାଚାର)- ଲୋକଙ୍କୁ ଯଥେଷ୍ଟ ସମୟ ଦିଆଯାଇଛି, ଆଉ ବହୁ ସଂଖ୍ୟାରେ ଲୋକେ ଇତିମଧ୍ୟରେ ନିଜ ଗାଡ଼ିର …

Leave a Reply

Your email address will not be published. Required fields are marked *