Monday , February 24 2020
Breaking News
Home / ବିଶେଷ / ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଦିଲ୍ଲୀପ ଭାଇ ସାମ୍ବାଦିକତା ଓ ରାଜନୈତିକ ବିଶ୍ଳେଷଣ କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର ,୦୯/୦୯/୨୦୧୯(ଓଡ଼ିଶା ସମାଚାର)-ଦିଲ୍ଲୀପ ଭାଇ ଓଡିଶା ଗଣମାଧ୍ୟମ ଜଗତରେ ଆର୍ଥିକ କ୍ଷେତ୍ରରେ ସାମ୍ବାଦିକତା ଓ ରାଜନୈତିକ ବିଶ୍ଳେଷଣ କ୍ଷେତ୍ରରେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ ବୋଲି ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ବିୟୋଗରେ ସାମାଜିକ ଗଣମାଧ୍ୟମରେ ଶୋକପ୍ରକାଶ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ଅକାଳ ବିୟୋଗରେ ମୁଁ ମର୍ମାହତ । ତାଙ୍କ ବିୟୋଗରେ ଓଡିଶା ତଥା ଗଣମାଧ୍ୟମ ଜଗତକୁ କ୍ଷତି ହୋଇଛି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଜଣାଇବା ସହ ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

କାମେଶ୍ୱର ମହାଦେବଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ 

  ଗରଦପୁର, ୨୩/୦୨/୨୦୨୦ (ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ଜିରାଳସ୍ଥିତ ପର୍ଯ୍ୟଟନସ୍ଥଳୀ କାମେଶ୍ୱର ଶୈବ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ …

Leave a Reply

Your email address will not be published. Required fields are marked *