Monday , January 27 2020
Breaking News
Home / ରାଜନୀତି / ବିଜେଡିରେ ଯୋଗଦେଲେ ଉଦଳା ବ୍ଲକ ଅଧ୍ୟକ୍ଷାଙ୍କ ସହ ୫୦ରୁ ଊଦ୍ଧ୍ୱର୍ ବିଜେପି ଓ କଂଗ୍ରେସ କର୍ମୀ

ବିଜେଡିରେ ଯୋଗଦେଲେ ଉଦଳା ବ୍ଲକ ଅଧ୍ୟକ୍ଷାଙ୍କ ସହ ୫୦ରୁ ଊଦ୍ଧ୍ୱର୍ ବିଜେପି ଓ କଂଗ୍ରେସ କର୍ମୀ

ଭୁବନେଶ୍ୱର,୦୭/୦୯/୨୦୧୯(ଓଡ଼ିଶା ସମାଚାର)- ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନେତୃତ୍ୱ ଏବଂ ଜନହିତକର କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ମୟୂରଭଞ୍ଜ ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ଉଦଳା ବ୍ଲକ ଅଧ୍ୟକ୍ଷା ବିଜେପିର ଶ୍ରୀମତୀ କାର୍ମୀ ମୁର୍ମୁ, ଥୁମ୍ପୁ ମୁର୍ମୁ, ବାହୁବନ୍ଧ ପଂଚାୟତ ବିଜେପି ସଭାନେତ୍ରୀ ଶ୍ରୀମତୀ ପୁଷ୍ପଲତା ଦାସ, ପାଟଶାଣୀପୁର ପଂଚାୟତ ବିଜେପି ସଭାପତି ବୀର ସିଂହ, ପୂର୍ବତନ ସମିତି ସଭ୍ୟା ଶ୍ରୀମତୀ ଝୁନୁମଣୀ ନାଏକଙ୍କ ସମେତ ଉଦଳା ବ୍ଲକର ୫୦ରୁ ଊଦ୍ଧ୍ୱର୍ ବିଜେପି ଓ କଂଗ୍ରେସ କର୍ମୀ ଆଜି ନବୀନ ନିବାସ ଆସି ସଭାପତିଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ।
ବିଜେଡି ପ୍ରତି ଆସ୍ଥା ପ୍ରକଟ କରି ଦଳରେ ଯୋଗ ଦେଇଥିବା ସମସ୍ତଙ୍କୁ ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ସ୍ୱାଗତ କରିବା ସହ କହିଛନ୍ତି ଯେ ଆଜି ବିଜୁ ଜନତା ଦଳରେ ଉଦଳା ବ୍ଲକର ବହୁ ବିଜେପି ଓ କଂଗ୍ରେସ କର୍ମୀ ଯୋଗ ଦେଇଥିବାରୁ ମୁଁ ବହୁତ ଖୁସି । ଏହି ଯୋଗଦାନ ମୟୂରଭଞ୍ଜ ଜିଲ୍ଲାରେ ବିଜେଡିର ଶକ୍ତି ବୃଦ୍ଧି ହେବାରେ ସହାୟକ ହେବ ।
ଏହି ଯୋଗଦାନ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ୍, ସଭାପତିଙ୍କ ରାଜନୈତିକ ସଚିବ ଡ. ଗୋପବନ୍ଧୁ ଦାସ, ପୂର୍ବତନ ଜିଲ୍ଲା ପରିଷଦ ଯୁଗଳ ମୁର୍ମୁଙ୍କ ସମେତ ବହୁ ନେତୃମଣ୍ଡଳୀ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ରଘୁନାଥପୁର ବିଜେପି ପକ୍ଷରୁ ଜନ ଜାଗରଣ ପଦଯାତ୍ରା

ତାରପୁର,୧୮/୦୧/୨୦୨୦ (ଓଡ଼ିଶା ସମାଚାର)-ରଘୁନାଥପୁର ବ୍ଲକ୍ ବିଜେପି ପକ୍ଷରୁ ଜନଜାଗରଣ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଜେପି ଜିଲା କାର୍ଯ୍ୟକାରିଣୀ ସଭ୍ୟ …

Leave a Reply

Your email address will not be published. Required fields are marked *