Friday , October 18 2019
Breaking News
Home / ବିଶେଷ / ଶ୍ରୀ ଶ୍ରୀ ବଳଦେବଜୀୟୁଙ୍କ ବାହୁଡାଯାତ୍ରା ଅନୁଷ୍ଠିତ

ଶ୍ରୀ ଶ୍ରୀ ବଳଦେବଜୀୟୁଙ୍କ ବାହୁଡାଯାତ୍ରା ଅନୁଷ୍ଠିତ

ଜଗତସିଂହପୁର, ୧୨/୦୭/୨୦୧୯ (ଓଡ଼ିଶା ସମାଚାର / ଲିଲନପ୍ରଭା ପାଢ଼ୀ)- ଜଗତସିଂହପୁର ସଦର ବ୍ଲକର ସିଦ୍ଧଳ ଠାରେ ଥିବା ଶ୍ରୀଶ୍ରୀ ବଳଦେବ ଜୀୟୁ ଙ୍କର ବାହୁଡାଯାତ୍ରା ମହା ସମାରୋହରେ ଅନୁଷ୍ଠିତ ହୋଇଥିଲା । ବାହୁଡାଯାତ୍ରା ଦେଖିବା ପାଇଁ ଆଖପାଖ ଅଂଚଳରୁ ବହୁ ଶ୍ରଦ୍ଧାଳୁ ଆସି ସମାଗମ ହୋଇଥିଲା । ଅପରାହ୍ନରେ ପହଣ୍ଡି ପରେ ପୂଜାବିଧି କରାଯାଇ ରଥ ଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା  । ଶ୍ରଦ୍ଧାଳୁ ମାନେ ହରିବୋଲ ହୁଳହୁଳିଧ୍ୱନିରେ ରଥକୁ ବଳଦେବଜୀୟୁ ମନ୍ଦିର ନିକଟରେ ପହଂଚାଇଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ଭିଡକୁ ଦେଖି ସମସ୍ତ ପ୍ରକାର ବନ୍ଦୋବସ୍ତ କରିବା ସହିତ ଶାନ୍ତିଶୃଙ୍ଖଳା ବଜାୟ ରଖିଥିଲେ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓଡ଼ିଶା ସମାଚାର

About admin

Check Also

ପ୍ରାଣଦେଇପୁର କ୍ଷୁଦ୍ର ଜଳ ପ୍ରକଳ୍ପ ଡ୍ୟାମ୍ ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେଉ

ପୋଲସରା, ୧୮/୧୦/୨୦୧୯(ଓଡ଼ିଶା ସମାଚାର)- ଗଂଜାମ ଜିଲ୍ଲା ପୋଲସରା ବ୍ଳକ ହାତୀଓଟ ପଂଚାୟତର ପ୍ରାଣଦେଇପୁର ଠାରେ ବହୁବର୍ଷ ଧରି ଏହି ଅଂଚଳର …

Leave a Reply

Your email address will not be published. Required fields are marked *