Tuesday , February 25 2020
Breaking News
Home / ପର୍ଯ୍ୟଟନ ଓ ସଂସ୍କୃତି / ୭ରୁ ଧଉଳି-କଳିଙ୍ଗ ମହୋତ୍ସବ

୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର ,୦୨/୦୨/୨୦୨୦ (ଓଡ଼ିଶା ସମାଚାର)-ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଓ ଆର୍ଟ ଭିଜନ ସହଯୋଗରେ ଆସନ୍ତା ୭ ରୁ ୯ ତାରିଖ ପର୍ଯ୍ୟନ୍ତ ବିଶ୍ୱପ୍ରସିଦ୍ଧ ଧଉଳି-କଳିଙ୍ଗ ମହୋତ୍ସବ ଅନୁଷ୍ଠିତ ହେବ । ଏହି ମହୋତ୍ସବ ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏହିଠାରେ ଅବସ୍ଥିତ ଶାନ୍ତି ସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତା ପ୍ରଦାନ କରିଥାନ୍ତି । ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଡ୍ୟାନ୍ସ ଏକାଡେମି ତରଫରୁ ବୁଦ୍ଧ ସମ୍ମାନ ଓ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ, ନୃତ୍ୟ ସଙ୍ଗୀତ କ୍ଷେତ୍ରରେ ପରିଚିତ ପାଇଥିବା କୃତବିଦ୍ୟ ବ୍ୟକ୍ତି ବିଶେଷ ମାନଙ୍କୁ ପ୍ରଦାନ କରାଯାଉଅଛି । ଚଳିତ ବର୍ଷର ବୁଦ୍ଧ ସମ୍ମାନ ପାଉଛନ୍ତି ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପ୍ରଖ୍ୟାତ ଓଡିଶୀ ନୃତ୍ୟ ଗୁରୁ ମାୟାଧର ରାଉତ । ସେହିପରି ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନରେ ସମ୍ମାନିତ ହେବେ ଗୁରୁ ଘନଶ୍ୟାମ ପଣ୍ଡା, ଓଡିଶୀ ସଙ୍ଗୀତ ଗୁରୁ ଓ ଖ୍ୟାତି ସମ୍ପନ୍ନ ଗାୟକ; ଗୁରୁ ଶ୍ରୀମତୀ ଆଲୋକା କାନୁନଗୋ, ପ୍ରଥିତଯଶା ଓଡିଶୀ ନୃତ୍ୟାଙ୍ଗନା; ଡକ୍ଟର ଦେବୀ ମିଶ୍ର, ଡ଼କ୍ଟର ନିରଞ୍ଜନ ତ୍ରିପାଠୀ ଓ ଡକ୍ଟର ସ୍ୱାତି ତ୍ରିପାଠୀ, ଆମେରିକାସ୍ଥିତ ପ୍ରବାସୀ ଓଡିଆ ଓ ଓଡିଶୀ ନୃତ୍ୟର ଅନ୍ୟତମ ପୃଷ୍ଠପୋଷକ ଏବଂ ଜୟଦେବ ଦାସ, ଜଣାଶୁଣା ମଂଚ ଆଲୋକ ସମ୍ପାଦନାକାରୀ । ଧଉଳି-କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରି ଶାନ୍ତି ଓ ମୈତ୍ରୀର ବାର୍ତା ପ୍ରେରଣ କରିଥାଏ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ନୃତ୍ୟ ଗୁରୁ ଡ. ଅରୁଣା ମହାନ୍ତି, ଇଲିଆନା ସିତାରିଷ୍ଟ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଯାଦବ ପ୍ରମୁଖ ପ୍ରକାଶ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଏକାମ୍ର ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ – ଲିଙ୍ଗରାଜଙ୍କ ନାଁରେ ଜମି, ଫଳକରେ ରହିବେ ଜମିଦାତା

ଭୁବନେଶ୍ୱର ,୨୯/୦୧/୨୦୨୦ (ଓଡ଼ିଶା ସମାଚାର)- ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ବିକାଶ ଭଳି ଶ୍ରୀ ଲିଙ୍ଗରାଜ ମନ୍ଦିରର ବିକାଶ ପାଇଁ …

Leave a Reply

Your email address will not be published. Required fields are marked *