Thursday , August 5 2021
Breaking News
Home / ତାଜା ଖବର / ଆଉ ୧୦୬୪୯ କରୋନା ସଂକ୍ରମିତ ଚିହ୍ନଟ – ୧୯ ମୃତ

ଆଉ ୧୦୬୪୯ କରୋନା ସଂକ୍ରମିତ ଚିହ୍ନଟ – ୧୯ ମୃତ

ଭୁବନେଶ୍ୱର,୧୩/୦୫/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୬୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୬୨୯୭ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୬୫ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୪୬୮୪ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦୩ଜଣ, ବରଗଡ଼ ଜିଲ୍ଲାରୁ ୩୯୧ଜଣ, ଭଦ୍ରକ ଜିଲ୍ଲାରୁ ୨୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୮ଜଣ, ବୌଦ୍ଧ ଜିଲ୍ଲାରୁ ୨୩୨ଜଣ, କଟକ ଜିଲ୍ଲାରୁ ୯୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨୦ଜଣ, ଗଜପତି ଜିଲ୍ଲାରୁ ୧୦୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭୮ଜଣ, ଯାଜପୁର ଜିଲ୍ଲାରୁ ୩୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୬୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬୩ଜଣ, କନ୍ଧମାଳ ଜିଲ୍ଲାରୁ ୬୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୫୭ଜଣ, କୋରାପୁଟ ଜିଲ୍ଲାରୁ ୧୬୪ଜଣ, ମାଲକାନଗିରି ଜିଲ୍ଲାରୁ ୪୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୭ଜଣ, ନୟାଗଡ଼ ଜିଲ୍ଲାରୁ ୩୫୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୩୧ଜଣ, ପୁରୀ ଜିଲ୍ଲାରୁ ୩୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୪୯୪ଜଣ, ସୋନପୁର ଜିଲ୍ଲାରୁ ୧୯୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୭୪ଜଣ, ଷ୍ଟେଟ୍ ପୁଲ୍ ରୁ ୨୬୭ ଜଣ ରହିଛନ୍ତି ।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ,ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ,ବାଲେଶ୍ବର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୬୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୩୬୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୨୫୧ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଆଉ ୧୦୦୩୧୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୧୦୭୧୧୩୦୯୮ ଜଚ୍ଚଙ୍କ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ପାଇକା ନଦୀରେ ଭାସୁଥିବା ଅଚିହ୍ନା ଯୁବକଙ୍କ ମୃତ ଦେହ ଉଦ୍ଧାର 

ଗରଦପୁର ୦୩/୦୮/୨୦୨୧(ଓଡ଼ିଶା ସମାଚାର)- ପାଟକୁରା ଥାନା ଅନ୍ତର୍ଗତ ପଳସୁଧା ପଂଚାୟତର କୁସୁନୁପୁରା ଓ ନରଡ଼ା ଗାଁ ମଧ୍ୟରେ ପାଇକା ନଦୀ …

Leave a Reply

Your email address will not be published. Required fields are marked *