Saturday , July 31 2021
Breaking News
Home / ତାଜା ଖବର / ଆଉ ୨୩୩୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୮ଜଣଙ୍କ ମୃତ୍ୟୁ

ଆଉ ୨୩୩୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୮ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୦/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୩୩୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪୨ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୯୯୨ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୪ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୩୭୧ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୧ଜଣ, ଯାଜପୁର ଜିଲ୍ଲାରୁ ୧୭୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୦ଜଣ, କୋରାପୁଟ ଜିଲ୍ଲାରୁ ୧୯ଜଣ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ଜଣ, ଷ୍ଟେଟ ପୁଲ୍ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଆଉ ୫୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ଜଣ ରହିଥିବା ବେଳେ ବରଗଡ଼, ପୁରୀ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୩୪ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ସ୍ଥିର ରହିଛି । ଆଉ ୨୭୪୨୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୪୪୧୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୨ଟି ହୁଇଲ ଚେୟାର ଦାନ

କେନ୍ଦ୍ରାପଡ଼ା, ୩୧/୦୭/୨୦୨୧(ଓଡ଼ିଶା ସମାଚାର)-  ଭିଗାର୍ଡ ପକ୍ଷରୁ ଶୁକ୍ରବାର କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ହୁଇଲ ଚେୟାର ଦାନ କରାଯାଇଛି । …

Leave a Reply

Your email address will not be published. Required fields are marked *