Monday , June 14 2021
Breaking News
Home / ସ୍ୱାସ୍ଥ୍ୟ / ଆଉ ୮୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଉ ୮୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୭/୦୨/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୫ଜଣ, ଦେବଗଡ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

 ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୪୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪୪୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୫ ଜଣ କ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ  ୬୭୩ ଜଣ ଚିକିତ୍ସାଧଡ଼ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୮୩୦୦୪୪୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୪୮୫୨ କରୋନା ସଂକ୍ରମିତ ଚିହ୍ନଟ – ୪୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୨/୦୬/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …

Leave a Reply

Your email address will not be published. Required fields are marked *