Sunday , August 1 2021
Breaking News
Home / ତାଜା ଖବର / ଆଉ ୯,୫୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୩୩ ମୃତ

ଆଉ ୯,୫୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୩୩ ମୃତ

ଭୁବନେଶ୍ୱର,୩୦/୦୫/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯,୫୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ .୫,୩୪୩ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୪,୧୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୬୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୨ଜଣ, ବରଗଡ଼ ଜିଲ୍ଲାରୁ ୨୮୪ଜଣ, ଭଦ୍ରକ ଜିଲ୍ଲାରୁ ୪୬୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୧ଜଣ, ବୌଦ୍ଧ ଜିଲ୍ଲାରୁ ୧୭୭ଜଣ, କଟକ ଜିଲ୍ଲାରୁ ୭୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୭ଜଣ, ଗଜପତି ଜିଲ୍ଲାରୁ ୬୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯୯ଜଣ, ଯାଜପୁର ଜିଲ୍ଲାରୁ ୪୮୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୦୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୪୨ଜଣ, କୋରାପୁଟ ଜିଲ୍ଲାରୁ ୨୧୫ଜଣ, ମାଲକାନଗିରି ଜିଲ୍ଲାରୁ ୧୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୯୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫୪ଜଣ, ନୟାଗଡ଼ ଜିଲ୍ଲାରୁ ୨୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୦ଜଣ, ପୁରୀ ଜିଲ୍ଲାରୁ ୫୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୯ଜଣ, ସୋନପୁର ଜିଲ୍ଲାରୁ ୨୪୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୯୫ଜଣ, ଷ୍ଟେଟ୍ ପୁଲ୍ ରୁ ୨୨୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୬୬୮୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ୨୩ ଜଣ ପୁରୁଷ ଓ ୧୦ ଜଣ ମହିଳା । ଅନୁଗୋଳ ଜିଲ୍ଲାରୁ ୫ ଜଣ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୬୬୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୫୮୬୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯ ହୋଇଥିବା ବେଳେ ୫୩ଜଣ କରୋନା ଆକ୍ରାନ୍ତ ଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୯୫୨୬୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୭୧୧୪୫୯ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଓଡ଼ିଶାରେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ- ୬୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *