Wednesday , June 16 2021
Breaking News
Home / ବିଶେଷ / ଆଜି ହେରା ପଂଚମୀ

ଆଜି ହେରା ପଂଚମୀ

ପୁରୀ, ୦୮/୦୭/୨୦୧୯ (ଓଡ଼ିଶା ସମାଚାର)- ଆଜି ହେରାପଂଚମୀ । ଏହି ଅବସରରେ ଶ୍ରୀଜୀଉଙ୍କ ଏକ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ଯାହାକି ପ୍ରଭୁଙ୍କ ମାନବୀୟ ଲୀଳାର ଅନ୍ୟ ଏକ ନିଦର୍ଶନ । କ୍ରୋଧ ଜର୍ଜ୍ଜରିତ ମା ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ । ନନ୍ଦିଘୋଷ ରଥ କାଠ ଭାଙ୍ଗିବେ । ରାତି ପ୍ରାୟ ୧୧ଟା ସମୟରେ ଏହି ବିଶେଷ ନୀତି ସମ୍ପନ୍ନ ହେବ । ହେରାପଂଚମୀ ରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ସମ୍ଭାବ୍ୟ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ଜିଲା ସ୍ତରୀୟ ଲୋକ କଳା ଦିବସ ପାଳିତ

କରୋନା ସଚେତନତା ବାର୍ତା ବାଂଟିଲେ କଳାକାର କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ୍ ୧୪ କୁ ଲୋକକଳା …

Leave a Reply

Your email address will not be published. Required fields are marked *