Sunday , June 20 2021
Home / ବିଶେଷ / ଉଠା ଦୋକାନୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ସରକାର

ଉଠା ଦୋକାନୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ସରକାର

ଭୁବନେଶ୍ୱର, ୦୮/୦୬/୨୦୨୧(ଓଡ଼ିଶା ସମାଚାର)- କରୋନା ଭାଇରସ ଓ ଲକଡାଉନରେ କ୍ଷତିଗ୍ରସ୍ତ ତଥା ପ୍ରଭାବିତ ହୋଇଥିବା ଉଠା ଦୋକାନୀଙ୍କ ପାଇଁ ସରକାର ପ୍ୟାକେଜ୍ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଟ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କାର ଆର୍ଥିକ ସହାୟକା ରାଶିକୁ ମଞ୍ଜୁର କରିଛନ୍ତି ।
ସାରା ଦେଶରେ କୋଭିଡର ଦ୍ୱିତୀୟ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ପଡିଛି। ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ ଯୋଗୁ ସହରାଞ୍ଚଳର ଉଠାଦୋକାନୀମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର ହୋଇଛଇ । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *