Friday , June 18 2021
Breaking News
Home / ବିଶେଷ / ଓଡିଶାକୁ ମିଳିଲା ଆଉ ଦୁଇଟି ଜାତୀୟ ପୁରସ୍କାର

ଓଡିଶାକୁ ମିଳିଲା ଆଉ ଦୁଇଟି ଜାତୀୟ ପୁରସ୍କାର

ଭୁବନେଶ୍ୱର, ୧୨/୦୧/୨୦୨୧ (ଓଡ଼ିଶା ସମାଚାର)- ଜାଗାମିଶନ ଓ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡିଶା ସରକାର ଦୁଇଟି ଜାତୀୟ ପୁରସ୍କାର ପାଇଛନ୍ତି । ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡିଶା ସ୍ଥାନ ପାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହିତ ଓଡିଶାକୁ ପୁରସ୍କୃତ କରିଥିଲେ । ରାଜ୍ୟ ପକ୍ଷରୁ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ସଚିବ ଜି.ମାଥିଭାଥନନ ଏହି ପୁରସ୍କାର ଦୁଇଟି ଗ୍ରହଣ କରିଥିଲେ । ୧୭ଟିରାଜ୍ୟରୁ ୫୪ଟି ଆବେଦନକୁ ବିଚାରାକୁ ନିଆଯାଇଥିବାବେଳେ ୫ଟି ବର୍ଗ ମଧ୍ୟରୁ ଓଡିଶା ଦୁଇଟିରେ ପ୍ରଥମ ସ୍ଥାନ ହାସଲ କରିଛି । ଜାଗା ମିଶନ କ୍ଷେତ୍ରରେ ଆଇନ୍‍ର ସଫଳ ରୂପାୟନ, ନୀତି ପ୍ରଣୟନ ଏବଂ କାର୍ଯ୍ୟାନ୍ୱୟନ ପାଇଁ ଗ୍ରହଣ କରିଥିବା ଉଲ୍ଲେଖନୀୟ ପଦକ୍ଷେପ ସକାଶେ ଶ୍ରେଷ୍ଠ ରାଜ୍ୟ ପୁରସ୍କାର ପାଇଛି । ଓଡିଶା କାର୍ଯ୍ୟକାରୀ କରିଥିବା ବସ୍ତି ବାସିନ୍ଦାଙ୍କୁ ଜମିର ସତ୍ୱାଧିକାର ନିୟମ -୨୦୧୭ କାର୍ଯ୍ୟକାରୀ କରାଇବା ଏବଂ ବସ୍ତି ଉନ୍ନୟନ ସଂଘ ମାଧ୍ୟମରେ ବସ୍ତିଗୁଡିକର ବିକାଶ ପାଇଁ ଏହି ପୁରସ୍କାର ମିଳିଛି । ଗୃହ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ୱାସ୍ଥ୍ୟ ଯାନ୍ତ୍ରିକ ସଂଗଠନ ସହରାଂଚଳରେ ପାଇପ୍ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ‘ବେଷ୍ଟ ସିଭିକ ଏଜେନ୍ସି’ ପୁରସ୍କାର ପାଇଛି । ବିକେନ୍ଦ୍ରୀକରଣର ଭି.ରାମଚନ୍ଦ୍ରନଙ୍କ ସ୍ମୃତିରେ ଏହି ପୁରସ୍କାରଗୁଡିକ ପ୍ରଦାନ କରାଯାଇଥାଏ । ୫ଟି ବର୍ଗରେ ଦିଆଯାଉଥିବା ପୁରସ୍କାରଗୁଡିକ ହେଉଛି ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ପୌରସଂସ୍ଥା, ଶ୍ରେଷ୍ଠ ସିଭିକ ଏଜେନ୍ସି, ଶ୍ରେଷ୍ଠ ରାଜ୍ୟ ନିର୍ବାଚନ କମିଶନ ଏବଂ ଶ୍ରେଷ୍ଠ ରାଜ୍ୟ ଅର୍ଥକମିଶନ । ଆଜି ଏହି ପୁରସ୍କାର ମିଳିଥିବା ଯୋଗୁଁ ରାଜ୍ୟ ଗୃହ ଓ ନଗର ଉନ୍ନୟନ, ଆଇନ୍, ପଂଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରତାପ ଜେନା ବିଭାଗର ପଦାଧିକାରୀମାନଙ୍କୁ ସେମାନଙ୍କର କଠିନ ପରିଶ୍ରମ ପାଇଁ ସାଧୁବାଦ ଜଣାଇଛନ୍ତି । ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତିଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶା ନଗର ଉନ୍ନୟନ ଓ ସ୍ମାର୍ଟସିଟି ମିଶନର ସଫଳତାକୁ ସମଗ୍ର ବିଶ୍ୱ ଅନୁସରଣ କରୁଛି । ଆଜିର ଏହି ପୁରସ୍କାର ବିତରଣ ଉସôବରେ ପୌର ପ୍ରଶାସକ ସଂଗ୍ରାମଜିତ ନାଏକ, ଇଆଇସି ପିଏଚ ବସନ୍ତ କୁମାର ସେନାପତି ଓ ଉପଶାସନ ସଚିବ ଶାରଦା ପଣ୍ଡାଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

କରୋନା ସମୟରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ୟ୍ୟ ରୋକିବାକୁ ନେଇ ଆଲୋଚନା ଚକ୍ର

ବାଲିଗୁଡ଼ା, ୧୭/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ) -ସମଗ୍ର ଦେଶ କରୋନା ମହାମାରୀ ଦେଇ ଗତି କରୁଥିବା ସମୟରେ ଆମ …

Leave a Reply

Your email address will not be published. Required fields are marked *