Sunday , June 13 2021
Breaking News
Home / ଶିକ୍ଷା / କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ସମୀର ଦାଶ

କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର,୩୧/୦୭/୨୦୧୯ ( ଓଡ଼ିଶା ସମାଚାର)- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀରରଞ୍ଜନ ଦାଶ ନୂଆଦିଲ୍ଲୀସ୍ଥିତ ଶାସ୍ତ୍ରୀଭବନଠାରେ କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀ ଶ୍ରୀରମେଶ ପୋକରିଆଲ୍ଙ୍କ ସହ ମାଧ୍ୟମିକ ଶିକ୍ଷାସମ୍ବନ୍ଧ ନେଇ ବ୍ୟାପକ ଆଲୋଚନା କରିଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ ଫନୀ ବାତ୍ୟା ବିଧ୍ୱସ୍ତ ବିଦ୍ୟାଳୟ ଗୁଡ଼ିକର ମରାମତି ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ୯୬ କୋଟି ଟଙ୍କା ସହାୟତା ପ୍ରଦାନ ନିମନ୍ତେ ଅନୁରୋଧ କରିଛନ୍ତି । ଏତଦ ବ୍ୟତୀତ ମନ୍ତ୍ରୀ ଶ୍ରୀ ଦାଶ ସର୍ବଭାରତୀୟ ସ୍ତରରେ ଏକକ ଓଟିଇଟି ପରୀକ୍ଷା ପ୍ରଚଳନ କରିବା, ମଧ୍ୟାହ୍ନ ଭୋଜନରେ ବୃଦ୍ଧି କରାଯାଇଥିବା ପାରିଶ୍ରମିକ ବାବଦରେ ମୁଣ୍ଡପିଛା ପ୍ରତି ପାଚିକା ସହାୟକଙ୍କୁ ୬୦୦ଟଙ୍କା ଅଧିକ ପ୍ରଦାନ କରିବା ପାଇଁ ଦାବି ଜଣାଇଥିଲେ । ପ୍ରାଥମିକ ଶିକ୍ଷକ ମାନଙ୍କର ଆବଶ୍ୟକ ଯୋଗ୍ୟତା ପାଇଁ ଅବଧି ସୀମାକୁ ୩୧ ମାର୍ଚ୍ଚ୨୦୧୯ ପରିବର୍ତେ ୩୧ ମାର୍ଚ୍ଚ୨୦୨୦କୁ ବୃଦ୍ଧି କରିବା ପାଇଁ ଦାବିଉପସ୍ଥାପନ କରିଥିଲେ । ନୂତନ ଶିକ୍ଷାନୀତିଉପରେ ଭାରତ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନୂତନ ଶିକ୍ଷାନୀତି୨୦୧୯ଉପରେ ବିଭିନ୍ନ ଅନୁଷ୍ଠାନର ପ୍ରତିକ୍ରିୟା ସଂଗ୍ରହପାଇଁ ଥିବା ଅବଧିକୁ ବୃଦ୍ଧି କରିବା ନିମନ୍ତେ ମଧ୍ୟ ଅନୁରୋଧ କରିଥିଲେ । କେନ୍ଦ୍ରୀୟ ଶିକ୍ଷକ ଶିକ୍ଷା ଓ ସମଗ୍ର ଶିକ୍ଷା ଯୋଜନାରେ କେନ୍ଦ୍ରସରକାରଙ୍କ ଅଂଶଧନ ବାବଦକୁ୨୨୯୧.୫୩ ଲକ୍ଷ ଅନୁଦାନ ଦେବାକୁ ମନ୍ତ୍ରୀ ଶ୍ରୀ ଦାଶ ଅନୁରୋଧ କରିଥିଲେ । ଓଡ଼ିଶା ମାଧ୍ୟମିକ ଶିକ୍ଷା ମିଶନ ଅନ୍ତର୍ଗତ ଆଇସିଟି ପ୍ରୋଗ୍ରାମରେ ପଡ଼ି ରହିଥିବା କାର୍ଯ୍ୟ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ୧୩୩୦୫.୪୦ ଲକ୍ଷ ମଂଜୁରୀ କରିବାପାଇଁ ୨୦୧୮ ମସିହା ମଇଁ ମାସ ଓ୨୦୧୯ ମାର୍ଚ୍ଚ ମାସରେ ରାଜ୍ୟ ସରକାରଙ୍କପକ୍ଷରୁ କେନ୍ଦ୍ର ସରକାରଙ୍କୁ ପତ୍ର ଦିଆଯାଇଥିଲା ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ସିବିଏସଇ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ବାତିଲକୁ କନ୍ଧମାଳ ଛାତ୍ର କଂଗ୍ରେସର ସମର୍ଥନ

କନ୍ଧମାଳ, ୦୪/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):ଚଳିତ ବର୍ଷ ପାଇଁ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷାକୁ ସିବିଏସଇ ବାତିଲ କରିବାକୁ …

Leave a Reply

Your email address will not be published. Required fields are marked *