Tuesday , August 3 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୫୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୦ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୫୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୫୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୭ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୨୦୩୯ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୫ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୧୮୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୪୦୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୬ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୩୩୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୧ଜଣ, ଖୋର୍ଦ୍ଧାରୁ ୫୭୧, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୮୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍ ରୁ ୮୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୭୫୦୨ କୁ ବୃଦ୍ଧି ପାଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୭୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ୩୫୯୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ ଅନ୍ୟ ରୋଗରେ ହୋଇଛି । ଆଉ ୩୮୭୨୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୦୯୫୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ , ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୨/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *