Saturday , July 31 2021
Breaking News
Home / ବିଶେଷ / ଘାଇରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଘାଇରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ବାଲିଗୁଡା,୦୭/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ଦଣ୍ଡପଦର ଗ୍ରାମରେ ଥିବା ଗୋଇବନ୍ଧା ଘାଇରେ ଗାଧୋଇବା ବେଳେ ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସୂଚନା ମୁତାବକ କେତେକ ଯୁବକ ସାଙ୍ଗହୋଇ ଭୋଜି କରିବାକୁ ଯାଇଥିଲେ । ଭୋଜି କରିବା ସମୟରେ ହିଁ ଉକ୍ତ ଘାଇ କୁ ଗାଧୋଇବାକୁ ଯାଇଥିଲେ ା ମୃତକ ଜଣକ ହେଲେ ପାତ୍ର ସାହି ର ରବି ଚନ୍ଦ୍ର ପାତ୍ର ଙ୍କ ପୁଅ ରୂପେଶ ଚନ୍ଦ୍ର ପାତ୍ର (୨୩) ବୋଲି ଜଣା ପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଯୁବକକୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣି ଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବାଲିଗୁଡ଼ା ପୋଲିସ୍ ପହଞ୍ଚି ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଓଡ଼ିଶା ସମାଚାର

About admin

Check Also

ବିଭିନ୍ନ ରାସ୍ତା ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ସାଂସଦ ଓ ବିଧାୟକ

ପରଜଙ୍ଗ, ୩୧/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି ଓଡିଶା ସରକାରଙ୍କ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ର ସାଆନ୍ଦା …

Leave a Reply

Your email address will not be published. Required fields are marked *