Saturday , July 31 2021
Breaking News
Home / ବିଶେଷ / ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ବାଲିଗୁଡା, ୧୨/୦୫/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଞ୍ଚଳରେ କରୋନା ଆକ୍ରାନ୍ତ ହୋଇ ରିଙ୍କୁ ନାୟକଙ୍କ ମୃତ୍ୟୁ  ହୋଇଯାଇଥିବା ଜଣାପଡିଛି । ପ୍ରକାଶ ଯେ, ଘୁ .ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ୪ ନଂ ଓ୍ବାର୍ଡ ଶ୍ରୀରାମପଦା ନିବାସୀ ରିଙ୍କୁ ନାୟକଙ୍କର କିଛି ଦିନ ତଳେ କରୋନା ପଜିଟିଭ ବାହାରିଥିଲା। ତାଙ୍କୁ ଘୁ.ଉଦୟଗିରି ସ୍ବାସ୍ଥ୍ୟ କେନ୍ଦ୍ର ତରଫରୁ କରୋନା ଔଷଧ ପ୍ରଦାନ କରାଯାଇଥିଲା। ଘରୋଇ ସଙ୍ଗରୋଧରେ ରହି ସେ ଚିକିତ୍ସିତ ହେଉଥିଲେ। ବ୧୨/୦୫/୨୦୨୧ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଛି। ଖବର ପାଇ ବ୍ଳକ ପ୍ରଶାସନ ମୁଖ୍ୟ ବିଜୟ କୁମାର ପ୍ରଧାନ, ତହସିଲଦାର ଜନ୍ମେଜୟ ସାହୁ ଓ ପୋଲିସ ଉପସ୍ଥିତିରେ ପିପିଇ କିଟ୍ ପିନ୍ଧି ଶ୍ମଶାନରେ ରିଙ୍କୁ ନାୟକଙ୍କ ଶବ ସତ୍କାର କରିଥିଲେ। ଏହା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବୋଲି ଜଣାପଡ଼ିଛି। ଓଡ଼ିଶା ସମାଚାର

About admin

Check Also

ରାଜ୍ୟପାଳଙ୍କ ଦ୍ୱାରା ‘ବିଜୁବାବୁ’  ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର,୩୧/୦୭/୨୦୨୧(ଓଡ଼ିଶା ସମାଚାର)- ପ୍ରସିଦ୍ଧଲେଖକ  ଦେବଦାସ  ଛୋଟରାୟଙ୍କ  ଲିଖିତ “ବିଜୁବାବୁ”  ପୁସ୍ତକକୁ  ରାଜ୍ୟପାଳ  ପ୍ରଫେସର  ଗଣେଶୀଲାଲ ଉନ୍ମୋଚନ କରିଛନ୍ତି   । ରାଜଭବନ …

Leave a Reply

Your email address will not be published. Required fields are marked *