Thursday , June 17 2021
Breaking News
Home / ବିଶେଷ / ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ଜିଲ୍ଲା ପ୍ରଶାସନ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡା,୧୫/୦୪/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୁଲ୍ୟରେ ସମ୍ବିଧାନ ପ୍ରଣେତା ଡଃ. ବି.ଆର. ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳିତ ହୋଇଯାଇଛି । ଚଳିତବର୍ଷ କୋଭିଡ କଟକଣା ବଳବର ଥିବାରୁ ଏହି ଜୟନ୍ତୀକୁ ନିରାଡମ୍ବର ଭାବେ ପାଳନ କରାଯିବା ଅବସରରେ ପୁରୁଣା ବସଷ୍ଟାଣ୍ଡରେ ଥିବା ବାବା ସାହେବଙ୍କ ପ୍ରତିମୂର୍ତିରେ ଜିଲ୍ଲାପାଳ ଅମ୍ରିତ ଋତୁରାଜ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଉପଜିଲ୍ଲାପାଳ ନିରଞ୍ଜନ ବେହେରା, କେନ୍ଦ୍ରାପଡା ପୈାର ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଆମ୍ବଦକରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

କରୋନା ସମୟରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ୟ୍ୟ ରୋକିବାକୁ ନେଇ ଆଲୋଚନା ଚକ୍ର

ବାଲିଗୁଡ଼ା, ୧୭/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ) -ସମଗ୍ର ଦେଶ କରୋନା ମହାମାରୀ ଦେଇ ଗତି କରୁଥିବା ସମୟରେ ଆମ …

Leave a Reply

Your email address will not be published. Required fields are marked *