Sunday , June 20 2021
Home / ବିଶେଷ / ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର

ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡା ୨୯/୦୬/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲା ସ୍ତରୀୟ ସରକାରୀ କର୍ମଚାରୀଙ୍କ ବାର୍ଷିକ ସମୀକ୍ଷା ବୀବରଣିର ସଠିକ ଉପସ୍ଥାପନା ପାଇଁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ପ୍ରଶିକ୍ଷଣ ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଂସ୍ଥା ଉପବିଭାଗର ସହକାରୀ ଜିଲ୍ଲାପାଳ ଭରତ ଚନ୍ଦ୍ର ପରିଡା,ଜିଲ୍ଲା ମାନବ ସଂବଳ ପରିଚାଳନା ସଂଯୋଜକ ଜୀତେନ୍ଦ୍ର ସାହୁ ଏହି ଶିବିରକୁ ପରିଚାଳନା କରିଥିଲେ । ଏହି ଶିବିରରେ ଜିଲ୍ଲାର ସମସ୍ତ ବିତ ଉଠାଣ ଓ ବୀତରଣ ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ଯୋଗଦେଇଥିଲେ । ଏହା ଦିବା ୧୦ଘଟିକାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟ୍ୟାରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିଥିଲା । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *