Wednesday , June 16 2021
Breaking News
Home / ବିଶେଷ / ଡା.ପ୍ରବୋଧ କୁମାର ମିଶ୍ରଙ୍କ ‘ହେ ମାଆ! ମାତୃଭୂମି !’ ପୁସ୍ତକ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ

ଡା.ପ୍ରବୋଧ କୁମାର ମିଶ୍ରଙ୍କ ‘ହେ ମାଆ! ମାତୃଭୂମି !’ ପୁସ୍ତକ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ

ପୁସ୍ତକ ଉନ୍ମୋଚନ କରି ଓଡିଆ ଭାଷା ଓ ସଂସ୍କୃତିକୁ ସମ୍ମାନିତ କରିଛନ୍ତି ମୋଦି – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୦୨/୦୮/୨୦୧୯ (ଓଡ଼ିଶା ସମାଚାର)- ‘ଓଡିଶାର କାଳିଦାସ’ ପଣ୍ଡିତ ଡାକ୍ତର ପ୍ରବୋଧ କୁମାର ମିଶ୍ରଙ୍କ ଦ୍ୱାରା ରଚିତ ‘ହେ ମାଆ ! ମାତୃଭୂମି !’ ପୁସ୍ତକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉନ୍ମୋଚନ କରି ଓଡିଆ ଭାଷା ଓ ସଂସ୍କୃତିକୁ ସମ୍ମାନିତ କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି ।
ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ଡା. ମିଶ୍ର ଜଣେ ଲବ୍ଧ ପ୍ରତିଷ୍ଠିତ କବି, ସମାଲୋଚକ ତଥା ଲେଖକ । ସଂସ୍କୃତ ଏବଂ ଓଡିଆ ସାହିତ୍ୟ ପାଇଁ ତାଙ୍କର ଯୋଗଦାନ ଅତୁଳନୀୟ । ଓଡିଆ ସ୍ୱାଭିମାନ ହିଁ ତାଙ୍କ କାଳଜୟୀ ସୃଷ୍ଟିକୁ ପ୍ରେରିତ କରିଛି । ଓଡ଼ିଶା ସମାଚାର

About admin

Check Also

ଜିଲା ସ୍ତରୀୟ ଲୋକ କଳା ଦିବସ ପାଳିତ

କରୋନା ସଚେତନତା ବାର୍ତା ବାଂଟିଲେ କଳାକାର କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ୍ ୧୪ କୁ ଲୋକକଳା …

Leave a Reply

Your email address will not be published. Required fields are marked *