Monday , June 14 2021
Breaking News
Home / ବିଶେଷ / ଦକ୍ଷତା ବକିାଶ ଓ ବେଷ÷ୟିକ ଶକ୍ଷିାମନ୍ତ୍ରୀଙ୍କ ସମୀକ୍ଷା

ଦକ୍ଷତା ବକିାଶ ଓ ବେଷ÷ୟିକ ଶକ୍ଷିାମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୦୬/୦୭/୨୦୧୯ (ଓଡ଼ିଶା ସମାଚାର)- ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରେମାନନ୍ଦ ନାୟକ ଅଧ୍ୟକ୍ଷତା କରିବା ସହ ନିର୍ବାଚନ ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଓ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ରାଜ୍ୟର ବେକାର ଯୁବକ ଯୁବତୀଙ୍କୁ ଦକ୍ଷତା ତାଲିମ ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଥିଲେ । ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ୧୫ଲକ୍ଷ ଯୁବକ ଯୁବତୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟରଖାଯାଇଛି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ନାୟକ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରକ୍ଷାକରି ତାଲିମ କାର୍ଯ୍ୟକ୍ରମକୁ କିଭଳି ସଫଳ ରୂପାୟନ କରାଯାଇପାରିବ ସେ ନେଇ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶ୍ୱଦକ୍ଷତା କେନ୍ଦ୍ର ପ୍ରତିଷ୍ଠା ଏବଂ ଏହାର ଅଗ୍ରଗତି ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକରେ ୱାଇ-ଫାଇ ସଂଯୋଗୀକରଣ ନିମନ୍ତେ ନିଆଯାଇଥିବା ପଦକ୍ଷେପ ଏବଂ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଏକ ଜିବି ଡ଼ାଟା ପ୍ରଦାନ ଉପରେ ମନ୍ତ୍ରୀ ଶ୍ରୀ ନାୟକ ଗୁରୁତ୍ୱାରୋପ କରିଥିଲେ । ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରମୁଖ ସେବାଗୁଡ଼ିକ ଓଡ଼ିଶା ରାଇଟ ଟୁ ପବ୍ଲିକ ସର୍ଭିସ ଆକ୍ଟରେ ଅନ୍ତର୍ଭୁକ୍ତ କରିବା ପାଇଁ ଆଲୋଚନା କରାଯାଇଥିଲା । ଉକ୍ତ ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ସଞ୍ଜୟ କୁମାର ସିଂ, ନିୟୋଜନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ତଥା ଓଏସଡିଏର ସିଇଓ ରାଜେଶ ପ୍ରଭାକର ପାଟିଲ, ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା, ଯୁଗ୍ମ ସଚିବ ଅଜୟ ନାୟକ, ଉପସଚିବ ସଂଗ୍ରାମରାୟ ସର୍ଦ୍ଦାର ଏବଂ ବ୍ୟକ୍ତିଗତ ସଚିବ ଗୌରହରି ବେହେରା ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ମାଓ ସଂଗଠନକୁ ସାହାଯ୍ୟ କରୁଥିବା ଅଭିଯୋଗ ରେ ଜଣେ ଗିରଫ

  କନ୍ଧମାଳ, ୧୩/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଅଞ୍ଚଳରେ ସକ୍ରିୟ ମାଓ ସଂଗଠନକୁ ସହଯୋଗ …

Leave a Reply

Your email address will not be published. Required fields are marked *