Thursday , August 5 2021
Breaking News
Home / ବିଶେଷ / ନବକୃଷ୍ଣ ଚୌଧୁରୀ ଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ନବକୃଷ୍ଣ ଚୌଧୁରୀ ଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ

ଜଗତସିଂହପୁର ୨୪/୦୬/୨୦୨୧(ଓଡ଼ିଶା ସମାଚାର)- ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ସମାଜସେବୀ ଜଗତସିଂହପୁର ମାଟି ର ଯୋଗ୍ୟ ସନ୍ତାନ ,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ  ନବକୃଷ୍ଣ ଚୌଧୁରୀ ଙ୍କ ତିରୋଧାନ ଦିବସ ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ନବକୃଷ୍ଣ ଚୌଧୁରୀ ଙ୍କ ଜନ୍ମସ୍ଥାନ ଖେରସ ଗ୍ରାମରେ ଥିବା ପ୍ରତିମୂର୍ତ୍ତି ଓ ପରେ ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ପୁର୍ବକ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ଏହି ଉତ୍ସବ ରେ ପୌରପରିଷଦ ନିର୍ବାହି ଅଧିକାରୀ ଅଶୋକ କୁମାର କର୍ଣ୍ଣ ,ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଂଜନ ପଟ୍ଟନାୟକ, ଜାତୀୟ ସ୍ୱାସ୍ଥ୍ୟ ମିଶନ ଡେପୁଟି ମ୍ୟାନେଜର ସୁକାନ୍ତ କୁମାର ପ୍ରଧାନ, ପୂର୍ବତନ ପୌରାଧ୍ୟକ୍ଷ ମଧୁସୂଦନ ସାହୂ,ବରିଷ୍ଠ ସହାୟକ,ଦୀପକ ପଟ୍ଟନାୟକ ଓ ପୌର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

କାଠଯୋଡ଼ି ନଦୀ ପୋଲର ମରାମତି ପାଇଁ ଏହି ପୋଲ ଉପରେ ତିନି ମାସ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଯାନ ବାହାନ ଚଳାଚଳ ବନ୍ଦ ରହିବ

ଭୁବନେଶ୍ୱର,୦୪/୦୮/୨୦୨୧(ଓଡ଼ିଶା ସମାଚାର)- କାଠଯୋଡ଼ି ନଦୀ ପୋଲର ମରାମତି ପାଇଁ ଏହି ପୋଲ ଉପରେ ଆଜି ଠାରୁ ଆସନ୍ତା ତିନି ମାସ …

Leave a Reply

Your email address will not be published. Required fields are marked *