Friday , June 18 2021
Breaking News
Home / ଶିକ୍ଷା / ନିମଖଣ୍ଡି ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ

ନିମଖଣ୍ଡି ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ

ବ୍ରହ୍ମପୁର, ୨୪/୦୮/୨୦୧୯(ଓଡ଼ିଶା ସମାଚାର)- ନିମଖଣ୍ଡି ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ଅଙ୍କୁଲାଇ ଦିବ୍ୟଜୀବନ ସଂଘ ପ୍ରବଚକ କେ ସୂର୍ଯ୍ୟନାରାୟଣ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ କୃଷ୍ଣ ଙ୍କ ଜିବନୀ ସମ୍ପର୍କରେ ଆଲୋକପାତ କରିଥିଲେ । ସଭାପତି ଡ଼ ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ସମ୍ପାଦକ ଡ଼ ବିପିନ ବିହାରୀ ସାହୁ , ଯୁଗ୍ମ ସମ୍ପାଦକ ଅଭିରାମ ସାହୁ,କୋଷାଧ୍ୟକ୍ଷ ସୁକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ଆଚାର୍ଯ୍ୟ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ରାଧା ଓ କୃଷ୍ଣ ବେଶ ଧାରୀ ଶିଶୁ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଆଚାର୍ଯ୍ୟା ସମିତାରାଣୀ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସମ୍ପାଦକ ଡ଼ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ସିବିଏସଇ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ବାତିଲକୁ କନ୍ଧମାଳ ଛାତ୍ର କଂଗ୍ରେସର ସମର୍ଥନ

କନ୍ଧମାଳ, ୦୪/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):ଚଳିତ ବର୍ଷ ପାଇଁ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷାକୁ ସିବିଏସଇ ବାତିଲ କରିବାକୁ …

Leave a Reply

Your email address will not be published. Required fields are marked *