Wednesday , August 4 2021
Breaking News
Home / ବିଶେଷ / ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓ ଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓ ଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

                                   ମାଗଣା ଚିକିତ୍ସା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୭/୦୭/୨୦୧୯ (ଓଡ଼ିଶା ସମାଚାର)- ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓ ଅନୁଗୁଳ ରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବାବେଳେ ଛାତିରେ ଯନ୍ତ୍ରଣା ହେବାରୁ ସ୍ଥାନୀୟ ହସପିଟାଲ ରେ ଭର୍ତି ହୋଇଥିଲେ । ପରେ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ମେଡ଼ିସିନ ୱାର୍ଡ଼ର ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା କରାଯାଉଛି । ପାଟକୁରା ନିର୍ବାଚନ ପ୍ରଚାର କାର୍ଯ୍ୟରେ ଥାଇ ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓ ଙ୍କ ସ୍ୱାସ୍ଥ୍ୟାବସ୍ଥା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ଆଶୁ ଆରୋଗ୍ୟ କାମନା କରିଚନ୍ତି । ତାଙ୍କର ମାଗଣା ଚିକିତ୍ସା ସେବା ଯୋଗାଇ ଦେବାକୁ ଏସସିବି କର୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ କଟକ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗୁଳି ଫୁଟାଇ ଯୁବକଙ୍କଠୁ ଲୁଟିନେଲେ

ଭଦ୍ରକ ୦୪/୦୮/୨୦୨୧(ଓଡ଼ିଶା ସମାଚାର)- ଭଦ୍ରକ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଆଦର୍ଶ ହରିପୁର ଅଂଚଳରେ ସୋମବାର ରାତିରେ ଜଣେ ଯୁବକଙ୍କୁ ଦୁର୍ବୃତମାନେ …

Leave a Reply

Your email address will not be published. Required fields are marked *