Sunday , June 20 2021
Home / ବିଶେଷ / ପୋସ୍କୋ ଆଇନ ଓ ଜୁଭେନାଇଲ ଜଷ୍ଟିସ ଆକ୍ଟ ସମ୍ପର୍କୀତ କର୍ମଶାଳା

ପୋସ୍କୋ ଆଇନ ଓ ଜୁଭେନାଇଲ ଜଷ୍ଟିସ ଆକ୍ଟ ସମ୍ପର୍କୀତ କର୍ମଶାଳା

କେନ୍ଦ୍ରାପଡା , ୨୧/୦୮/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସହରର ଉର୍ଦ୍ଦୁ ପାଠାଗାର ପରିସରରେ ଏକଦିବସୀୟ ଜୁଭେନାଇଲ ଜଷ୍ଟିସ ଆକ୍ଟ -୨୦୧୫ ଓ ପୋସ୍କୋ ଆଇନ -୨୦୧୨ ସମ୍ପର୍କୀତ ସଚେତନତା କର୍ମଶାଳା ସଂଯୋଗ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମଙ୍ଗଳ କମିଟିର ଭାରପ୍ରାପ୍ତ ଅଧ୍ୟକ୍ଷା ସ୍ମିତାଞ୍ଜଳି ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୧୮ବର୍ଷ ବୟସରୁ କମ ବୟସର ବାଳିକାମାନଙ୍କୁ ଯୈ÷ାନ ଶୋଷଣରୁ ଓ ଅପରାଧରୁ ସୁରକ୍ଷା ଦେବା,ଶିଶୁ ସୁରକ୍ଷା ଆଇନ ଓ ବାଳ ଅପରାଧ ସମ୍ପର୍କରେ ବର୍ଣ୍ଣନା କରି ସେମାନଙ୍କୁ ସୁରକ୍ଷା ତଥା ନ୍ୟାୟ ପ୍ରଦାନ ନିମନ୍ତେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଉଦୟ ନାଥ ଜେନା,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ, ପୂର୍ବତନ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଶିଶିର କୁମାର ରାଉତରାୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଚନ୍ଦ୍ରକାନ୍ତ ନାୟକ ପ୍ରମୁଖ ଯୋଗଦେଇ ବାଳ ଅପରାଧ, ଶିଶୁମାନଙ୍କୁ ଯୈ÷ାନ ଉତ୍ପୀଡନ ଓ ସୁରକ୍ଷା ସମ୍ପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଂଯୋଗର କର୍ମକର୍ତା,ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ,ଶିକ୍ଷୟତ୍ରୀମାନେ ଯୋଗଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *