Wednesday , June 16 2021
Breaking News
Home / ବିଶେଷ / ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ସମୟରେ ଜନସେବା ପାଇଁ ଚକ୍ରୋଡା ସରପଂଚଙ୍କୁ ସମ୍ବର୍ଦ୍ଧନା

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ସମୟରେ ଜନସେବା ପାଇଁ ଚକ୍ରୋଡା ସରପଂଚଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୨୫/୦୨/୨୦୨୧ (ଓଡ଼ିଶା ସମାଚାର)- କୋଭିଡ -୧୯ ସମୟରେ ଜନତାଙ୍କୁ ସଚେତନ କରାଇବା, କୋଭିଡ ସଂକ୍ରମଣକୁ ରୋକିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଓ ସାଧାରଣ ଜନତାଙ୍କ ସୁରକ୍ଷା ପାଇଁ ନିଷ୍ଠାର ସହିତ କାର୍ଯ୍ୟ କରିଥିବାରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ପଂଚାୟତର ସରପଂଚ ବସନ୍ତ କୁମାର ରାଉତଙ୍କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ୱିକୃତିପତ୍ର,  ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି । ଏହି ସମ୍ବର୍ଦ୍ଧନା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଥିବା ଦେଖାଯାଇଛି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଶ୍ରୀ ରାଉତଙ୍କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଦ ପ୍ରମାଣପତ୍ର, ଉତରୀୟ ଓ ପୁଷ୍ପଗୁଛ  ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ଜିଲା ସ୍ତରୀୟ ଲୋକ କଳା ଦିବସ ପାଳିତ

କରୋନା ସଚେତନତା ବାର୍ତା ବାଂଟିଲେ କଳାକାର କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ୍ ୧୪ କୁ ଲୋକକଳା …

Leave a Reply

Your email address will not be published. Required fields are marked *