Sunday , June 13 2021
Breaking News
Home / ବିଶେଷ / ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା: ତଦନ୍ତ ଅବ୍ୟାହତ 

ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା: ତଦନ୍ତ ଅବ୍ୟାହତ 

ବାଲିଗୁଡ଼ା,୨୪/୦୪/୨୦୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ଼ ପଞ୍ଚାୟତ ଅନ୍ତର୍ଗତ ଧୂଙ୍ଗିଆପଖାଲ ଗ୍ରାମର ୨୯ବର୍ଷୀୟ ଯୁବକ ସାମନ୍ତରାମ ପାତ୍ର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ସାମନ୍ତରାମ ଶୁକ୍ରବାର         ଧୂଙ୍ଗିଆପଖାଲ ଗ୍ରାମର କମିଟି ଘରେ କିଛି ଯୁବକଙ୍କ ସହ ମିଶି ଶୋଇଥିଲେ । ସେ ସମୟରେ ବିଷପାନ କରିଥିବା ଜାଣିପାରି ପାଖରେ ଶୋଇଥିବା ଯୁବକ ପରିବାର ଲୋକଙ୍କୁ ଜଣାଇଥିଲେ । ଘଟଣା ସମ୍ପର୍କରେ ଖବରପାଇ ପରିବାର ଲୋକେ ଗୁରୁତର ଅବସ୍ଥାରେ ସାମନ୍ତରାମ ଙ୍କୁ ପ୍ରଥମେ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ । ହେଲେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ପହଁଚିବା ପରେ ଡାକ୍ତର ସାମନ୍ତରାମ ଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ଯୁବକ ଜଣକ କାହିଁକି ବିଷ ପାନକରି ଆତ୍ମହତ୍ୟା କରିଛନ୍ତି ଏ ସମ୍ପର୍କରେ ପୋଲିସ ପକ୍ଷରୁ କୌଣସି ସୂଚନା ମିଳିନଥିବା ବେଳେ ଏହା ଏକ ପ୍ରେମ ଜନିତ ଆତ୍ମହତ୍ୟା ବୋଲି ଚର୍ଚ୍ଚା ହେଉଛି । ସେପଟେ ଶବକୁ ଜବତ କରିବାସହ ପୋଲିସ୍ ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

About admin

Check Also

ଦଳିତବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ ଅବରୋଧ ଅଭିଯୋଗ

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)-ଜନୈକ ଦଳିତ ସଂପ୍ରଦାୟର ବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ କେତେକ ସବର୍ଣ୍ଣ ସଂପ୍ରଦାୟର ଲୋକ ଅବରୋଧ କରିବା …

Leave a Reply

Your email address will not be published. Required fields are marked *