Sunday , June 13 2021
Breaking News
Home / ବିଶେଷ / ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଭିଜିଲାନ୍ସ କର୍ମଚାରୀଙ୍କ ଦାନ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଭିଜିଲାନ୍ସ କର୍ମଚାରୀଙ୍କ ଦାନ

କଟକ, ୦୫/୦୭/୨୦୧୯ (ଓଡ଼ିଶା ସମାଚାର)- ସାମୁଦ୍ରିକ ବାତ୍ୟା ପ୍ରଭାବିତମାନଙ୍କୁ ସହାୟତା ପ୍ରଦାନ କରିବାକୁ ରାଜ୍ୟ ଭିଜିଲାନ୍ସ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧୪.୩୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଭିଜିଲାନ୍ସ ବିଭାଗର ସମସ୍ତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ସଂଗ୍ରହ କରାଯାଇ ଉପରୋକ୍ତ ଅର୍ଥରାଶି ପ୍ରଦାନ କରାଯାଇଛି । ଭିଜିଲାନ୍ସର ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ରିଲିଫ ପାଣ୍ଠିକୁ ଚେକ୍ ପ୍ରଦାନ କରିଥିଲେ । ଏହି ଅବସରରେ ଭିଜିଲାନ୍ସ ବିଭାଗର ବିଭିନ୍ନ ପଦାଧିକାରୀ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ଦଳିତବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ ଅବରୋଧ ଅଭିଯୋଗ

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)-ଜନୈକ ଦଳିତ ସଂପ୍ରଦାୟର ବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ କେତେକ ସବର୍ଣ୍ଣ ସଂପ୍ରଦାୟର ଲୋକ ଅବରୋଧ କରିବା …

Leave a Reply

Your email address will not be published. Required fields are marked *