Wednesday , June 23 2021
Breaking News
Home / ସ୍ୱାସ୍ଥ୍ୟ / ରାଜ୍ୟରେ ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି – ୭୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି – ୭୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୦୭/୦୪/୨୦୨୧(ଓଡ଼ିଶା ସମାଚାର)- କରୋନା ମିଟର ଉପର ମୁହାଁ । ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ୧୦୦ ମଧ୍ୟରେ ଥିଲା । ଏବେ ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ୮ ଶହ ଆଡ଼କୁ ମୁହିଁଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୨ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୪୮ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲରାୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲ୨ରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୭ଜଣ, ଷ୍ଟେଟ୍ ପୁଲ୍ରୁ ୨୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୪୨୫୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ପାରାଦ୍ୱୀପ ବନ୍ଦର ଚିକିତ୍ସାଳୟରେ ପୃଥକ ଶ୍ୱାସକି୍ରୟା ସଂକ୍ରମଣ ୱାର୍ଡର ଭୁମିପୂଜନ

ପାରାଦ୍ୱୀପ ୨୦/୦୬/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କୋଭିଡ୍-୧୯ ଦ୍ୱିତୀୟ ତରଙ୍ଗ ଦୃଷ୍ଟିରୁ କରୋନା ସଂକ୍ରମିତ ରୋଗିଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବା ଲକ୍ଷ୍ୟ …

Leave a Reply

Your email address will not be published. Required fields are marked *