Monday , June 14 2021
Breaking News
Home / ବିଶେଷ / ରାଜ୍ୟରେ ପୁଣି ବସ୍ ଭଡ଼ା ବଢିଲା

ରାଜ୍ୟରେ ପୁଣି ବସ୍ ଭଡ଼ା ବଢିଲା

ଭୁବନେଶ୍ୱର, ୦୭/୧୨/୨୦୨୦ (ଓଡ଼ିଶା ସମାଚାର)- ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଟୋମେକାନିଜିମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।
ବର୍ଦ୍ଧିତ ଭଡା ଅନୁଯାୟୀ , ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା ଏକ ପଇସା ଲେଖାଏ ବୃଦ୍ଧି କରାଯାଇଥିବାବେଳେ ଡିଲକ୍ସ ଓ ଏସି ଡିଲକ୍ସ ଭଡା ଦୁଇ ପଇସା ଲେଖାଏଁ ବୃଦ୍ଧି କରାଯାଇଛି । ସାଧାରଣ ବସ୍ ଭଡା ୭୨ ପଇସାରୁ ୭୩ ପଇସାକୁ ବୃଦ୍ଧି କରାଯାଇଛି । ସେହିପରି ଏକ୍ସପ୍ରେସ୍ ବସ୍ ଭଡା ୭୫ ପାଇସାରୁ ୭୬ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା ଦୁଇ ପଇସା ଲେଖାଏଁ ବୃଦ୍ଧି କରାଯାଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୫ ପଇସାରୁ ୧ ଟଙ୍କା ୭ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ ଭଡା ୧ ଟଙ୍କା ୨୭ ପଇସାରୁ ୧ ଟଙ୍କା ୨୯ ପଇସାକୁ ବୃଦ୍ଧି କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ମାଓ ସଂଗଠନକୁ ସାହାଯ୍ୟ କରୁଥିବା ଅଭିଯୋଗ ରେ ଜଣେ ଗିରଫ

  କନ୍ଧମାଳ, ୧୩/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଅଞ୍ଚଳରେ ସକ୍ରିୟ ମାଓ ସଂଗଠନକୁ ସହଯୋଗ …

Leave a Reply

Your email address will not be published. Required fields are marked *