Sunday , June 13 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ତୁଳସୀ କିରିସାନୀ କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚିତ

ସଂକ୍ଷେପରେ ତାଜା ଖବର : ତୁଳସୀ କିରିସାନୀ କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚିତ

କୋରାପୁଟ,୦୨/୦୭/୨୦୧୯ (ଓଡ଼ିଶା ସମାଚାର)- ବିଜୁ ଜନତା ଦଳର ପ୍ରାର୍ଥୀ ତୁଳସୀ କିରିସାନୀ କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ମିଳିଥିବା ତାଜା ସୂଚନା ଅନୁସାରେ କୋରାପୁଟ ଜିଲାପରିଷଦ ଅଧ୍ୟକ୍ଷ ପ୍ରଭୁ ଜାନୀ ଏହି ପଦରୁ ଇସ୍ତଫା ଦେଲା ପରେ ଏହି ପଦବୀ ଖାଲିଥିଲା ଓ ଉପସଭାପତି ତୁଳସୀ କିରିସାନୀ ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ । ଆଜି କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ବିଜୁ ଜନତା ଦଳ ତରଫରୁ ତୁଳସୀ କିରିସାନୀ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରିନଥିଲେ । ଫଳରେ ତୁଳସୀ କିରିସାନୀ ବିନା ପ୍ରତିଦ୍ୱନ୍ଦିତାରେ କୋରାପୁଟ ଜିଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

 ପେଟ୍ରୋଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ 

ଗରଦପୁର, ୧୧/୦୬/୨୦୨୧(ଓଡ଼ିଶା ସମାଚାର)- ଦେଶରେ ପେଟ୍ରୋଲ ଓ ଡ଼ିଜେଲ ଦର ଆକାଶ ଛୁଆଁ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ପ୍ରତିବାଦ …

Leave a Reply

Your email address will not be published. Required fields are marked *