Wednesday , August 4 2021
Breaking News
Home / ତାଜା ଖବର / ୧୧,୭୩୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୧୯ ମୃତ

୧୧,୭୩୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୧୯ ମୃତ

ଭୁବନେଶ୍ୱର,୧୬/୦୫/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୧୧,୭୩୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୬୯ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୫୧୬୩ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୦୦ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭୨ଜଣ, ବରଗଡ଼ ଜିଲ୍ଲାରୁ ୩୬୩ଜଣ, ଭଦ୍ରକ ଜିଲ୍ଲାରୁ ୪୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦୧ଜଣ, ବୌଦ୍ଧ ଜିଲ୍ଲାରୁ ୨୭୭ଜଣ, କଟକ ଜିଲ୍ଲାରୁ ୮୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫୩ଜଣ, ଗଜପତି ଜିଲ୍ଲାରୁ ୭୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୫୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩୦ଜଣ, ଯାଜପୁର ଜିଲ୍ଲାରୁ ୩୮୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୪ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୧୦ଜଣ, କୋରାପୁଟ ଜିଲ୍ଲାରୁ ୨୮୯ଜଣ,ମାଲକାନଗିରି ଜିଲ୍ଲାରୁ ୧୪୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୧୭ଜଣ, ନୟାଗଡ଼ ଜିଲ୍ଲାରୁ ୨୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୨୦ଜଣ, ପୁରୀ ଜିଲ୍ଲାରୁ ୩୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୩୮ଜଣ, ସୋନପୁର ଜିଲ୍ଲାରୁ ୨୫୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪୧ଜଣ, ଷ୍ଟେଟ୍ ପୁଲ୍ ରୁ ୨୬୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୨୨୨୪ କୁ ବୃଦ୍ଧି ପାଇଛି।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ୧୦ ଜଣ ପୁରୁଷ ଓ ୯ ଜଣ ମହିଳା । ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼, ପୁରୀ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୨୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୨୪୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୧୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୧୦୭୪୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୮୮୨୭୫୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୨/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା …

Leave a Reply

Your email address will not be published. Required fields are marked *