Wednesday , June 23 2021
Breaking News
Home / ସ୍ୱାସ୍ଥ୍ୟ / ୧୩୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

୧୩୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧/୦୪/୨୦୨୧(ଓଡ଼ିଶା ସମାଚାର)- ଆଜି ବି ଦୈନିକ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଏକ ହଜାର ଉପରେ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୩୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୧ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୮୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧୭ଜଣ, ଷ୍ଟେଟ୍ ପୁଲ୍ରୁ ୩୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୭୯୭୯ ଜଣ ସକ୍ରିୟ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୯୩୭୦୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ପାରାଦ୍ୱୀପ ବନ୍ଦର ଚିକିତ୍ସାଳୟରେ ପୃଥକ ଶ୍ୱାସକି୍ରୟା ସଂକ୍ରମଣ ୱାର୍ଡର ଭୁମିପୂଜନ

ପାରାଦ୍ୱୀପ ୨୦/୦୬/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କୋଭିଡ୍-୧୯ ଦ୍ୱିତୀୟ ତରଙ୍ଗ ଦୃଷ୍ଟିରୁ କରୋନା ସଂକ୍ରମିତ ରୋଗିଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବା ଲକ୍ଷ୍ୟ …

Leave a Reply

Your email address will not be published. Required fields are marked *