Friday , June 18 2021
Breaking News
Home / ସ୍ୱାସ୍ଥ୍ୟ / ୨୦୬ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ଓ ଜଣେ ମୃତ

୨୦୬ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ଓ ଜଣେ ମୃତ

ଭୁବନେଶ୍ୱର, ୦୯/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୧କୁ ବୃଦ୍ଧି ପାଇଛି । ମୃତକ ଜଣକ ମାଲକାନା ଗିରୀ ଜିଲାର ଜଣେ ୪୭ ବର୍ଷ ବୟସ୍କା ମହିଳା ।
ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୭ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୧୨୪ ଜଣ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୭୧୪୦୩୩୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭୩ କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୭୩ ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ …

Leave a Reply

Your email address will not be published. Required fields are marked *