Wednesday , August 4 2021
Breaking News
Home / ତାଜା ଖବର / ୨୯୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ- ୪୦ମୃତ

୨୯୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ- ୪୦ମୃତ

ଭୁବନେଶ୍ୱର,୨୫/୦୬/୨୦୨୧(ଓଡ଼ିଶା ସମାଚାର /ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୨୩୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୦ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୩୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୧ଜଣ, ଯାଜପୁର ଜିଲ୍ଲାରୁ ୨୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୧ଜଣ, କୋରାପୁଟ ଜିଲ୍ଲାରୁ ୫୪ଜଣ, ମାଲକାନଗିରି ଜିଲ୍ଲାରୁ ୪୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୬୧ଜଣ, ରାୟଗଡ଼ା ଜିଲ୍ଲାରୁ ୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୧ଜଣ, ଷ୍ଟେଟ ପୁଲ୍ ରୁ ୬୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୩୫୦୮ରେ ପହଞ୍ଚିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୩୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୬୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ହେରାଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୩୧୫୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୪୧୭୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୨/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୧୮ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା …

Leave a Reply

Your email address will not be published. Required fields are marked *