Saturday , July 31 2021
Breaking News
Home / ତାଜା ଖବର / ୨୯୧୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୫ ଜଣଙ୍କ ମୃତ୍ୟୁ

୨୯୧୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୩/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୭ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୨୪୦ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୯ଜଣ, ଯାଜପୁର ଜିଲ୍ଲାରୁ ୨୧୮ଜଣ, ଝାରସୁଗୁଡା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪୯ଜଣ, କୋରାପୁଟ ଜିଲ୍ଲାରୁ ୫୫ଜଣ, ମାଲକାନଗିରି ଜିଲ୍ଲାରୁ ୫୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୯୬ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍  ରୁ ୧୦୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ଼, ସୋନପୁର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୯୦୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮୪୨୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୫୪ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଆଉ ୩୦୫୫୭ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୩୯୭୯୬୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୦/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *