Sunday , June 13 2021
Breaking News
Home / ସ୍ୱାସ୍ଥ୍ୟ / ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩୦/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଭଦ୍ରକ, ବଲାଙ୍ଗୀର, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୩୦୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୧ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରପୁଟ ଜିଲ୍ଲାରୁ ଜଣେ , ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍ରୁ ୬ଜମ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଆଉ ୨୬୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୯୧୫୪୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୬,୦୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୦/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୬,୦୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *