Tuesday , June 15 2021
Breaking News
Home / ତାଜା ଖବର / ୬ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୯୩ କରୋନା ସଂକ୍ରମିତ ଚିହ୍ନଟ

୬ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୯୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୬/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ୨ ଜଣ ମହିଳା ଓ ୪ ଜଣ ପୁରୁଷ । ଖୋର୍ଦ୍ଧାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୧୯୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଝଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୬ଜଣ , ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍ରୁ ୧୧ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୫୨୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୧୦୨ ଜଣ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୪୩୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ – ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *