Saturday , August 20 2022
Breaking News
Home / ବିଶେଷ / ଶ୍ରୀ ବଳଦେବ ଜୀଉ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀ ବଳଦେବ ଜୀଉ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

୨ କୋଟି ଟଙ୍କାର ଉନ୍ନୟନ ପ୍ରକଳ୍ପ ଘୋଷଣା
କେନ୍ଦ୍ରାପଡ଼ା / ଭୁବନେଶ୍ୱର, ୧୭/୦୬/୨୦୧୯ (ଓଡ଼ିଶା ସମାଚାର/ଦୀପ୍ତି ରଂଜନ କାନୁନଗୋ)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ କେନ୍ଦ୍ରାପଡ଼ା ଗସ୍ତରେ ଆସି ଶ୍ରୀ ଶ୍ରୀ ବଳଦେବ ଜୀଉ ଙ୍କୁ ଦର୍ଶନ କରିଥିଲେ । ଆଜି ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଶ୍ରୀ ଜୀଉମାନେ ସ୍ନାନ ମଣ୍ଡପରେ ପୂଜା ପାଉଛନ୍ତି । ମୁଖ୍ୟମନ୍ତ୍ରୀ ସ୍ନାନ ମଣ୍ଡପରେ ଠାକୁର ମାନଙ୍କୁ ଦର୍ଶନ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ବଳଦେବ ଜୀଲ ମନ୍ଦିର ଓ ଏହାର ପାରିପାଶ୍ୱିର୍କ ଉନ୍ନତି ପାଇଁ ୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ଠାକୁରଙ୍କ ଝୁଲଣ ମଣ୍ଡପ ର ପୁନରୁଦ୍ଧାର, ସାଆନ୍ତସାହି ଠାରେ ଶ୍ରୀ ବଳଦେବ ଜୀଉ କଲ୍ୟାଣ ମଣ୍ଡପ ନିର୍ମାଣ,ମନ୍ଦିରର ଉତର ପାଶ୍ୱର୍ରେ ପ୍ରାଚୀର ନିର୍ମାଣ , ବିବାହ ମଣ୍ଡପ ନିକଟରେ ଶୌଚାଳୟ ନିର୍ମାଣ ଓ ଗଭୀର ନଳକୂପ ଓ ଓଭରହେଡ଼ ଟ୍ୟାଙ୍କ ଜରିଆରେ ୨୪ ଘଂଟିଆ ଜଳଯୋଗାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଏ.କେ.ବିଦ୍ୟାମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହା ଆଡମ୍ବରରେ  ପାଳିତ

କଟକ,୧୯/୦୮/୨୦୨୨ (ଓଡ଼ିଶା ସମାଚାର) : କଟକ ସଦର  ୪୨ ମୌଜା ଦଧିବାମନପୁର  ସ୍ଥିତ ଏ.କେ.ବିଦ୍ୟାମନ୍ଦିରରେ ମହା ଆଡମ୍ବରରେ ଶ୍ରୀକୃଷ୍ଣ ଜନ୍ମ …

Leave a Reply

Your email address will not be published.