Tuesday , October 26 2021
Breaking News
Home / ତାଜା ଖବର / ଭାଲୁ ଆକ୍ରମଣରେ ଜଣେ ଗୁରୁତର ଆହତ

ଭାଲୁ ଆକ୍ରମଣରେ ଜଣେ ଗୁରୁତର ଆହତ

କେନ୍ଦୁଝର, ୦୮/୦୭/୨୦୧୯ (ଓଡ଼ିଶା ସମାଚାର)- କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ କମଳାଙ୍ଗ ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣା ପଡିଛି । ତାଙ୍କୁ ଡାକ୍ତରଖାନାରେ ଭର୍ତି କରା ଯାଇଛି । ମିଳିଥିବା ସୂଚନା ଅନୁସାରେ ଏହି ଗାଁର ହରେକୃଷ୍ଣ ବେହେରା ଗାଁର ସମାକୋଈ ନଦୀ ନିକଟକୁ ଶୌଚ ପାଇଁ ଯାଇଥିଲେ । ଏହି ସମୟରେ ସେ ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ । ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । କୌଣସି ମତେ ଜୀବନ ବଂଚାଇ ସେ ଭାଲୁ କବଳରୁ ଖସି ଆସିଥିଲେ । ତାଙ୍କ କାନ ଓ ନାକ ଛିଣ୍ଡି ଯାଇଛି । ପାଟି ବି ଖଣ୍ଡିଆ ହୋଇଛି । ତାଙ୍କୁ ପ୍ରଥମେ ତାଙ୍କୁ ପ୍ରଥମେ ତେଲକୋଇ ମେଡିକାଲରେ ଭର୍ତି କରାଯାଇଥିଲା । ତେବେ ଅବସ୍ଥା ଗୁରତର ହେବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ବ୍ରିଜ ଉପରେ ସ୍କୁଟି ରଖି କାଠଯୋଡ଼ି ନଦୀକୁ ଡେଇଁଲେ ଯୁବକ – ମୃତ ଦେହ ଉଦ୍ଧାର

କଟକ ୨୦/୧୦/୨୦୨୧(ଓଡ଼ିଶା ସମାଚାର)- କାଠଯୋଡ଼ିକୁ ଡେଇଁପଡିଲେ ଯୁବକ । ବ୍ରିଜ ଉପରେ ସ୍କୁଟି ରଖି କାଠଯୋଡ଼ି ନଦୀକୁ ଡେଇଁଲେ ଯୁବକ …

Leave a Reply

Your email address will not be published. Required fields are marked *