ଭୁବନେଶ୍ୱର, ୦୯/୦୭/୨୦୧୯ (ଓଡ଼ିଶା ସମାଚାର / ଦୀପ୍ତି ରଂଜନ କାନୁନଗୋ) – ଓଡ଼ିଶାର ପ୍ରସିଦ୍ଧ କୋଣାର୍କ ମନ୍ଦିର ଓ ଶ୍ରୀ ଜଗନ୍ନାଥଧାମ ପୁରୀକୁ କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତ ୧୭ଟି ଐତିହ୍ୟସ୍ଥଳ ତାଲିକାରେ ଅନ୍ତର୍ଭୁକ୍ତ କରା ନ ଯିବା ଦୁର୍ଭାଗ୍ୟଜନକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ଉ ପରୋକ୍ତ ଦୁଇଟି ସ୍ଥାନକୁ କେନ୍ଦ୍ର ସରକାର ତୁରନ୍ତ ଏହି ତାଲିକାରେ ଅନ୍ତର୍ଭୁକ୍ତ କରିବାକୁ ମନ୍ତ୍ରୀ ଶ୍ରୀ ଦାଶ ଦାବି କରିଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ଏକ ପତ୍ର ଲେଖି କେନ୍ଦ୍ର ସରକାରଙ୍କୁ ଅନୁରୂ ପ ଦାବି କରିବାକୁ ଅନୁରୋଧ କରିଛନ୍ତି । ଶ୍ରୀ ଦାଶ ଉଲ୍ଲେଖ କରିଛନ୍ତି ଯେ, କେନ୍ଦ୍ରରବିଜେପି ସରକାର ତା’ର ନିର୍ବାଚନ ଇସ୍ତାହାରରେ ଜଗନ୍ନାଥଧାମ ପୁରୀକୁ ଭାରତର ଆଧ୍ୟାତ୍ମିକ ରାଜଧାନୀ ଭାବରେ ଉନ୍ନୀତ କରିବାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ତାହା ପୂରଣ ନ କରିବା ଉଚିତ୍ ହୋଇ ନାହିଁ । ଅନନ୍ୟ ସ୍ଥା ପତ୍ୟଭରା ପ୍ରସିଦ୍ଧ କୋଣାର୍କ ମନ୍ଦିର ଓଡ଼ିଶାବାସୀଙ୍କ ଭାବାବେଗ ଓ କଳ୍ପନା ସହିତ ସଂଯୋଜିତ ହୋଇ ରହିଛି । ଏହି ପରିେ ପ୍ରକ୍ଷୀରେ ପୁରୀ ଓ କେଣାର୍କକୁବିଶ୍ୱସ୍ତରୀୟ ପର୍ଯ୍ୟଟନ ପୀଠର ମାନ୍ୟତା ଦେବା ପାଇଁ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ତୁରନ୍ତ ପଦକ୍ଷେ ପ ଗ୍ରହଣ କରିବାକୁ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି । ଓଡ଼ିଶା ସମାଚାର