ଭୁବନେଶ୍ୱର, ୧୦/୦୭/୨୦୧୯ (ଓଡ଼ିଶା ସମାଚାର / ଦୀପ୍ତି ରଂଜନ କାନୁନଗୋ)- ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପାଟକୁରା ଗସ୍ତରେ ଯିବେ । ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପାଟକୁରା ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଦିନ ପାଟକୁରା ଗସ୍ତରେ ଯାଇ ବିଜେଡ଼ି ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ସାବିତ୍ରୀ ଅଗ୍ରୱାଲାଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ । ଗତ ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ଯେପରି ବସ୍ ରେ ବୁଲି ନିର୍ବାଚନ ପ୍ରଚାର କରୁଥିଲେ , ସେହିପରି ବସ ରେ ବସି ମୁଖ୍ୟମନ୍ତ୍ରୀ ପାଟକୁରା ନିର୍ବାଚନ ପ୍ରଚାର କରିବେ ବୋଲି ଜଣାପଡ଼ିଛି । ଓଡ଼ିଶା ସମାଚାର