ଭଦ୍ରକ, ୧୭/୦୭/୨୦୧୯ (ଓଡ଼ିଶା ସମାଚାର)- କୋଲକାତାରେ ଏକ ସଡ଼କ ଦୁର୍ଘଟଣାରେ ୫ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ମିଳିଥିବା ତାଜା ସୂଚନା ଅନୁସାରେ କୋଲକାତା ହାୱଡ଼ା ନିକଟରେ ଥିବା ଏକ ଟୋଲ ଗେଟ ନିକଟରେ ଏହି ସଡ଼କ ଦୂର୍ଘଟଣା ଘଟିଛି । ଏକ ବାହାଘର ଭୋଜିଖାଇ ଫେରୁଥିବାବେଳେ ସେମାନେ ଫେରୁଥିବା କାର ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ କାର ରେ ଥିବା ୫ ଜଣଙ୍କର ମୃତ୍ୟୁ ହୋଇଛି । ସମସ୍ତ ମୃତକ ଭଦ୍ରକ ଓ ଯାଜପୁର ଅଂଚଳର ବୋଲି ଜଣାପଡ଼ିଛି । ଓଡ଼ିଶା ସମାଚାର
Check Also
ଗୁଳିମାଡ କରି ଗୋରୁ ବ୍ୟବସାୟୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ, ଗୋରୁ ବ୍ୟବସାୟୀଙ୍କ ମୃତ୍ୟୁ
ମୟୂରଭଞ୍ଜ ୨୫/୦୫/୨୦୨୨( ଓଡ଼ିଶା ସମାଚାର )- ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ଗ୍ରାମାଞ୍ଚଳ ଥାନା ହାଟବାଦଡାରେ ସକାଳ ପ୍ରାୟ ୭ଟାରେ …