Tuesday , October 26 2021
Breaking News
Home / ତାଜା ଖବର / ସ୍ୱାଧୀନତା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା କେନ୍ଦ୍ରାଂଚଳ ଆରଡ଼ିସି ଅସୁସ୍ଥ

ସ୍ୱାଧୀନତା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା କେନ୍ଦ୍ରାଂଚଳ ଆରଡ଼ିସି ଅସୁସ୍ଥ

ଭୁବନେଶ୍ୱର ,୧୫/୦୮/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରାଂଚଳ ଆରଡ଼ିସି ଅନୀଲ କୁମାର ସାମଲ ଅସୁସ୍ଥ । ଖୋର୍ଦ୍ଧା ଠାରେ ଜିଲା ସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ଶ୍ରୀ ସାମଲ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ମିଳିଥିବା ଖବର ଅନୁସାରେ ଖୋର୍ଦ୍ଧା ଠାରେ ଜିଲା ସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସେ ପତାକା ଉତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଥିଲେ । ଏହାପରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପାଇଁ ସେ ପେଣ୍ଡାଲ ରେ ବସଥିଲେ । ଏହି ସମୟରେ ସେ ଅସୁସ୍ଥତା ଅନୁଭବ କରିଥିଲେ । ତେଣୁ ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଓଡ଼ିଶା ସମାଚାର

About admin

Check Also

ବ୍ରିଜ ଉପରେ ସ୍କୁଟି ରଖି କାଠଯୋଡ଼ି ନଦୀକୁ ଡେଇଁଲେ ଯୁବକ – ମୃତ ଦେହ ଉଦ୍ଧାର

କଟକ ୨୦/୧୦/୨୦୨୧(ଓଡ଼ିଶା ସମାଚାର)- କାଠଯୋଡ଼ିକୁ ଡେଇଁପଡିଲେ ଯୁବକ । ବ୍ରିଜ ଉପରେ ସ୍କୁଟି ରଖି କାଠଯୋଡ଼ି ନଦୀକୁ ଡେଇଁଲେ ଯୁବକ …

Leave a Reply

Your email address will not be published. Required fields are marked *