ଭୁବନେଶ୍ୱର , ୨୩/୦୮/୨୦୧୯(ଓଡ଼ିଶା ସମାଚାର)-ବିଜୁ ଜନତା ଦଳ ମାନ୍ୟବର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନର ତତ୍ୱାବଧାନ ଓ ସଂଯୋଜନା ପାଇଁ ଏକ ରାଜ୍ୟ ସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୨ ତାରିଖ ଠାରୁ ଆରମ୍ଭ ହେବ । ଏହି କମିଟିରେ ସଦସ୍ୟ ଭାବେ ଦଳର ମାନ୍ୟବର ସଭାପତି ସାଂସଦ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ,ବିଧାୟିକା ଶ୍ରୀମତୀ ପ୍ରମିଳା ମଲିକ, ପୂର୍ବତନ ବିଧାୟକ ଶ୍ରୀ ସଂଜୟ କୁମାର ଦାସବର୍ମା, ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେବ, ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କୁ ମନୋନୀତ କରିଥିବା ବେଳେ ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ସଂଯୋଜକ ଦାୟିତ୍ୱ ଦେଇଛନ୍ତି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି । ଓଡ଼ିଶା ସମାଚାର