ଭୁବନେଶ୍ୱର ,୩୦/୦୮/୨୦୧୯(ଓଡ଼ିଶା ସମାଚାର)- ବାଳକୃଷ୍ଣ ମହାପାତ୍ର ଓଡ଼ିଶା ସୂଚନା କମିଶନର ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଶ୍ରୀ ମହାପାତ୍ରଙ୍କୁ ଏହି ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ,ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ,ବିରୋଧିଦଳ ନେତା ପ୍ରଦୀପ୍ତ ନାୟକ ରାଜଭବନରେ ଅନୁଷ୍ଠିତ ଏହି ଶପଥ ଗ୍ରହଣ ବେଳେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର