Friday , October 22 2021
Breaking News
Home / ବିଶେଷ / କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜଗତସିଂହପୁର, ୧୬/୦୯/୨୦୧୯(ଓଡ଼ିଶା ସମାଚାର)- ସୋମବାର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଅଭିଯୋଗ ଶିବିରରେ ମୋଟ ୧୭୩ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିତ ୧୪୧ଟି ଯଥା-ଇନ୍ଦିରା ଆବାସ/ବିଜୁ ପକ୍କାଘର-୬୧ଟି,ରେସନକାର୍ଡ ସଂପର୍କିତ-୧୮ଟି,ଭତା ସଂମ୍ବନ୍ଧୀୟ-୦୭ଟି,ଆଇନ ସଂପର୍କିତ-୦୩ଟି,ଜମିଜମା ସମସ୍ୟା ସଂପର୍କିତ-୦୮ଟିି ,କାଳିଆା ଯୋଜନା ସଂପର୍କିତ-୦୨ଟି,ବିଦ୍ୟୁତ ସମସ୍ୟା ସଂପର୍କିତ-୦୧ଟି ଓ ଅନ୍ୟାନ୍ୟ-୩୬ଟି,ଗାଁ ସମସ୍ୟା ସଂପର୍କିତ-୨୭ଟି,ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ-୦୩ଟି,ରେଡକ୍ରସ୍ ପାଣ୍ଠିରୁ ସହାୟତା ପାଇବା ପାଇଁ-୦୨ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା । ୫ଟି ଅଭିଯୋଗର ଶୁଣାଣୀ କରାଯାଇ ସଂଗେ ସଂଗେ ଫଇସଲା କରାଯାଇଥିଲା । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରକାଶ ଆର୍,ଅତିରିକ୍ତ ଜିଲ୍ଲାପାଳ,ପାରାଦ୍ୱୀପ ଶ୍ରୀ କାହ୍ନୁ ଚରଣ ଧୀର,ଉପ-ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ପ୍ରସାଦ ମହାନ୍ତି,ବି.ଡି.ଓ,ତହସିଲଦାର,ଜିଲ୍ଲାସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ,ବ୍ଲକ ସ୍ତରୀୟ ଅଧିକାରୀ,ପଂଚାୟତ ପ୍ରତିନିଧି,ସହାକାରୀ ଜିଲ୍ଲାପାଳ,ଅଭିଯୋଗ ବିଜୟଲକ୍ଷୀ ନାୟକ ଓ ଜନସାଧାରଣ ଉପସ୍ଥିତ ଥିଲେ ।  ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡାରେ ୬୨ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨୧/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ଗୁରୁବାର  ୬୨ତମ ପୋଲିସ ସହିଦ  ଦିବସ ପାଳିତ ହୋଇଯାଇଛି …

Leave a Reply

Your email address will not be published. Required fields are marked *