Wednesday , October 4 2023
Breaking News
Home / ତାଜା ଖବର / ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

 

ପୁରୀ, ୧୮/୦୯/୨୦୧୯(ଓଡ଼ିଶା ସମାଚାର)- ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ଅଧିକାରୀ  । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ପୁରୀ ନିମାପଡ଼ା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି  । ସୂଚନା ମୁତାବକ, ପୁରୀ ଜିଲ୍ଲା ନିମାପଡ଼ା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସର ଏକ ଟିମ ଚଢାଉ କରିଛି  । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ମଧୁବନ ବାସଭବନ ସମେତ ତିନୋଟି ସ୍ଥାନରେ ଭିଜିଲାନ୍ସ ଏକା ସମୟରେ ଚଢାଉ କରିଛି  । ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ଘରୁ ଅନେକ ଜରୁରୀ କାଗଜପତ୍ର ଦସ୍ତାବିଜ ଓ ସୁନାଗହଣା ମିଳିଥିବା ଜଣାପଡ଼ିଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *