Sunday , January 23 2022
Breaking News
Home / ବିଶେଷ / କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ୨୧ରେ ଓଡିଶା ଆସିବେ

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ୨୧ରେ ଓଡିଶା ଆସିବେ

ଭୁବନେଶ୍ୱର, ୨୦/୦୯/୨୦୧୯(ଓଡ଼ିଶା ସମାଚାର)-  ଆସନ୍ତା ୨୧ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ । ଶ୍ରୀ ଶେଖାୱତ ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ହୋଟେଲ ନିୟୁ ମ୍ୟାରିଅନଠାରେ ସକାଳ ୧୦.୩୦ରେ ଏକ ସମ୍ମିଳନୀରେ ଅନୁଛେଦ ୩୭୦ ଓ ୩୫ (ଏ) ସଂର୍ପକରେ ଆଲୋଚନା କରିବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଜନ ସଂର୍ପକ ଓ ଜନଜାଗରଣ ଯାତ୍ରା ଅବସରରେ ଜାମ୍ମୁ କାଶ୍ମିରୀରେ ଅନୁଛେଦ ୩୭୦ ଓ ୩୫ (ଏ) ଉଠିବା ପରେ ତାର ଉବଲବ୍ଧୀ ସଂର୍ପକରେ ଶ୍ରୀ ଶେଖାୱତ ଯୁବପିଢୀ ଓ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବେ । ଏହି ଧାରା ହଟିବା ପରେ ଜାମ୍ମୁ୍ୁ କାଶ୍ମିରୀ ବାସିନ୍ଦାଙ୍କ ଜୀବନଶୈଳୀରେ କିପରି ପରିବର୍ତନ ହୋଇଛି ସେ ନେଇ ଜନସାଧାରଣମାନଙ୍କୁ ଅବଗତ କରାଇବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

ରକ୍ତଦାନ ଶିବିରରେ ସ୍ୱେଛାକୃତ ରକ୍ତଦାନ ପାଇଁ ନିବେଦନ

କେନ୍ଦ୍ରାପଡା, ୨୨/୧/୨୦୨୨ (ଓଡ଼ିଶା ସମାଚାର)-  ନେତାଜୀ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ସହରର କେଶପୁର ବଜାରସ୍ଥିତ ସମୀର ମୋଟର୍ସ ପକ୍ଷରୁ ଏକ …

Leave a Reply

Your email address will not be published. Required fields are marked *