Friday , October 22 2021
Home / ବିଶେଷ / ଆଶିଷ ଗଡ଼ନାୟକ ଓ ସ୍ୱାଗତିକା ସ୍ୱାଇଁଙ୍କୁ ଟାଇମପାସ ବୁକର ପୁରସ୍କାର

ଆଶିଷ ଗଡ଼ନାୟକ ଓ ସ୍ୱାଗତିକା ସ୍ୱାଇଁଙ୍କୁ ଟାଇମପାସ ବୁକର ପୁରସ୍କାର

ଭୁବନେଶ୍ୱର ,୨୧/୦୯/୨୦୧୯(ଓଡ଼ିଶା ସମାଚାର)- ଯୁବଲେଖକ ମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡ଼ିଶାର ଉଚ୍ଚାଭିଳାଷୀ ପ୍ରକାଶନ ସଂସ୍ଥା ‘ଟାଇମପାସ’ ପକ୍ଷରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ମର୍ଯକ୍ରାଦାଜନକ ‘ଟାଇମପାସ ବୁକର ପୁରସ୍କାର’ର ବିଜେତାଙ୍କ ନାମ ଘୋଷିତ ହୋଇଛି । ଗଳ୍ପ ପାଣ୍ଡୁଲିପି ‘କ୍ରୁଶ’ ପାଇଁ କଥାକାର ଆଶିଷ ଗଡ଼ନାୟକ ୨୦୧୮ ମସିହାର ଟାଇମପାସ ବୁକର ପୁରସ୍କାର ପାଇବାକୁ ମନୋନୀତ ହୋଇଥିବାବେଳେ ଉପନ୍ୟାସ ପାଣ୍ଡୁଲିପି ‘ସ୍ୱପ୍ନର ଶହେ ବର୍ଷ’ ପାଇଁ ଗାଳ୍ପିକା ସ୍ୱାଗତିକା ସ୍ୱାଇଁ ୨୦୧୯ ମସିହା ସକାଶେ ମନୋନୀତ ହୋଇଛନ୍ତି । ଲେଖକ ଦ୍ୱୟଙ୍କ ପୁରସ୍କୃତ ପାଣ୍ଡୁଲିପି ପ୍ରକାଶନ ପକ୍ଷରୁ ପୁସ୍ତକ ଆକାରରେ ପ୍ରକାଶିତ ହେବା ସହ ଉଭୟଙ୍କୁ ମାନପତ୍ର ଓ ଫଳକ ପ୍ରଦାନ କରାଯାଇ ସମ୍ମାନିତ କରାଯିବ ।
ଏଥିସହିତ ଛଅ ଜଣଙ୍କୁ ଟାଇମପାସ ବେଷ୍ଟସେଲର ପୁରସ୍କାର ପ୍ରଦାନ କରାଯିବାକୁ ସ୍ଥିର ହୋଇଛି । ଗଳ୍ପ ସଂକଳନ ‘କାଠ’ ପାଇଁ ଅମୀୟ ବେଜ ଓ ‘ମୁଠାଏ ଅଙ୍ଗାର’ ପାଇଁ ବିଚିତ୍ର ବିଶ୍ୱାଳ; କବିତା ସଂକଳନ ‘ଝଡ଼ପକ୍ଷୀର ଗୀତ’ ପାଇଁ ଶର୍ମିଷ୍ଠା ସାହୁ ଓ ‘ଏ ସଂପର୍କ ଏମିତି’ ପାଇଁ ସୂର୍ଯ୍ୟସ୍ନାତ ତି୍ରପାଠୀ; ଉପନ୍ୟାସ ‘ଅପରାଜିତା’ ପାଇଁ ପ୍ରଜ୍ଞାପ୍ରବର୍ତିକା ଦାଶ ଏବଂ ଅନୁବାଦ ପୁସ୍ତକ ‘ସେମାନଙ୍କ ଶ୍ରେଷ୍ଠଗଳ୍ପ’ ପାଇଁ କିଶୋର ପାଣିଗ୍ରାହୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି ।
ଏତଦ ବ୍ୟତୀତ ବହି ସହ ଗଭୀର ସଂପୃକ୍ତି ପାଇଁ ପ୍ରଦାନ କରାଯାଉଥିବା ‘ଟାଇମପାସ ବହିବନ୍ଧୁ ସମ୍ମାନ’ ପାଉଛନ୍ତି ପୁସ୍ତକପି୍ରୟ ତାପସ ରାଉତ ।
ଆଗାମୀ ଅକ୍ଟୋବର ୨୦ ତାରିଖରେ ଟାଇମପାସ ପକ୍ଷରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଦିବସବ୍ୟାପି ସାହିତ୍ୟ ଉତ୍ସବରେ ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଓଡ଼ିଶା ତଥା ରାଜ୍ୟ ବାହାରର ଯଶସ୍ୱୀ ଲେଖକଗଣ ଅତିଥି ଭାବେ ଯୋଗଦେଉଛନ୍ତି ବୋଲି ଅନୁଷ୍ଠାନର ନିର୍ଦ୍ଧେଶକ ସରୋଜ ବଳ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ସନ୍ଦେହ ଘେରରେ ଯୁବ ବ୍ୟବସାୟୀ ଲିଟୁ (କବାଡିଆ)ନିଖୋଜ ମାମଲା

ପାରାଦୀପ,୨୨/୧୦/୨୦୨୧(ଓଡ଼ିଶା ସମାଚାର)- ପାରାଦୀପ ଅଂଚଳର ଜଣାଶୁଣା କବାଡିଆ ବ୍ୟବସାୟୀ ବିଶ୍ୱ ଭୂଷଣ ରାଉତରାୟ (ଲିଟୁ) ନିଖୋଜ ମାମଲାର ପର୍ଦ୍ଧାଫାଶ୍ ଏଯାଏ …

Leave a Reply

Your email address will not be published. Required fields are marked *